ବାତ୍ୟା ‘ୟାସ୍’ ଯୋଗୁଁ କୃଷି କ୍ଷେତ୍ରରେ ହୋଇଥିବା କ୍ଷୟକ୍ଷତିର ରିପୋର୍ଟ ମାଗିଲେ କୃଷି ମନ୍ତ୍ରୀ

Published By : Prameya-News7 Bureau | May 27, 2021 IST

ଭୁବନେଶ୍ବର ୨୭।୫: ବାତ୍ୟା ‘ୟାସ୍’ ପ୍ରଭାବିତ ଜିଲ୍ଲାରେ କୃଷି କ୍ଷେତ୍ରରେ ହୋଇଥିବା କ୍ଷୟକ୍ଷତିର ଆକଳନ କରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି କୃଷି ମନ୍ତ୍ରୀ ଅରୁଣ ସାହୁ । ବିଭାଗୀୟ ଅଧିକାରୀଙ୍କୁ ରିପୋର୍ଟ ଦେବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ରିପୋର୍ଟ ମିଳିବା ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି ।

୨୪ ଘଣ୍ଟା ମଧ୍ୟରେ କ୍ଷୟକ୍ଷତିର ରିପୋର୍ଟ ଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ୨୮ ତାରିଖରେ ସ୍ବତନ୍ତ୍ର ରିଲିଫ୍ କମିଶନରଙ୍କ ନିକଟରେ ପ୍ରାଥମିକ ରିପୋର୍ଟ ଦାଖଲ କରାଯିବ । କୃଷି, ମତ୍ସ୍ୟ ଓ ପଶୁ ପାଳନ ବିଭାଗର କ୍ଷେତ୍ର ଅଧିକାରୀ ଗ୍ରାଉଣ୍ଡକୁ ଯାଇ କ୍ଷୟକ୍ଷତି ଆକଳନ କରୁଛନ୍ତି । ପୂର୍ଣ୍ଣାଙ୍ଗ ରିପୋର୍ଟ ଆସିବା ପରେ ସହାୟତା ରାଶି ଯୋଗାଇ ଦିଆଯିବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.