Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗତ ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୨୦୧୦ ସଂକ୍ରମିତ
  • ||
  • ମୋଦୀ ସରକାରଙ୍କ ବଡ ନିଷ୍ପତ୍ତି: ଜାମ୍ମୁ-କାଶ୍ମୀରରେ ଯେ କେହି ବି ଜାଗା କିଣି ପାରିବେ, ବିଜ୍ଞପ୍ତି ଜାରି କଲା ଗୃହ ମନ୍ତ୍ରଣାଳୟ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||

ଆଜି ବାୟୁସେନା ଦିବସ, ଚମକ ଦେଖାଇବ ରାଫେଲ୍

8/10/2020 at 7:31 AM

ନୂଆଦିଲ୍ଲୀ ୦୮।୧୦: ଆଜି ଭାରତୀୟ ବାୟୁସେନା ଦିବସ । ଚଳିତ ବର୍ଷ ବାୟୁସେନା ଦିବସରେ ଚମକ ଦେଖାଇବ ରାଫେଲ୍ । ୫୬ଟି ଏୟାରକ୍ରାଫ୍ଟ ସହ ଏଥର ରାଫେଲ୍ ଯୁଦ୍ଧ ବିମାନ ମଧ୍ୟ ବାୟୁସେନା ଦିବସର ଫ୍ଲାଇଙ୍ଗ୍ ମାର୍ଚ୍ଚରେ ସାମିଲ ହେବ । ଗତବର୍ଷ ୫୧ଟି ଏୟାରକ୍ରାଫ୍ଟ ବାୟୁସେନା ଦିବସରେ ଶକ୍ତି ପ୍ରଦର୍ଶନ କରିଥିବା ବେଳେ ଏଥର ଏହି ସଂଖ୍ୟା ୫୬କୁ ବୃଦ୍ଧି ପାଇଛି ।

ଗାଜିଆବାଦର ହିଣ୍ଡନ ଏୟାରବେସ୍ ରେ ଏଥର ଏୟାରଫୋର୍ସର ଦମ୍ ଦେଖିବାକୁ ମିଳିବ । ଏଥି ପାଇଁ ପୁରା ପ୍ରସ୍ତୁତ ହୋଇ ରହିଛି ଗାଜିଆବାଦର ହିଣ୍ଡନ ଏୟାର ବେସ । ବାୟୁସେନା ଯବାନଙ୍କ ସମେତ ବିଭିନ୍ନ ବିମାନର ପାଇଲଟ, ପାରାଟ୍ରୁପରମାନେ ଅଭ୍ୟାସ କରିଛନ୍ତି । ହିଣ୍ଡନରେ ଫୁଲ ଡ୍ରେସ ରିହରସଲ ବି କରାଯାଇଛି । ସୀମାରେ ଉଭୟ ଚୀନ ଏବଂ ପାକିସ୍ତାନ ସହିତ ତିକ୍ତତା ଲାଗି ରହିଥିବା ବେଳେ ବାୟୁସେନା ଦିବସରେ ଭାରତର ଶକ୍ତି ପ୍ରଦର୍ଶନ ନିଶ୍ଚିତ ରୂପେ ଭାରତର ଶକ୍ତି ଜାହିର କରିବ । ଯାହା ଶତ୍ରୁ ଦେଶ ଗୁଡ଼ିକୁ ଭାରତ ସହିତ ଶତ୍ରୁତା କରିବାର ପରିଣାମ ବିଷୟରେ କଡ଼ା ସନ୍ଦେଶ ଦେବ । ତେବେ ପ୍ରତିଷ୍ଠା ଦିବସ ପାଳନ ପୂର୍ବରୁ ଏୟାର ଫୋର୍ସ ପକ୍ଷରୁ ୮୮ ବର୍ଷର ଯାତ୍ରାକୁ ନେଇ ଏକ ଫିଲ୍ମ ସେୟାର କରାଯାଇଛି । ଯାହା ବାୟୁସେନାର ସଫଳତାକୁ ପ୍ରଦର୍ଶନ କରୁଛି ।

   Related Posts