Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ଆକାଶ ପାଠକଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ୍, ଚାକିରୀ ଦେବା ନାଁରେ ଠକେଇ ଅଭିଯୋଗରେ ହୋଇଥିଲେ ଗିରଫ

25/06/2021 at 11:39 AM

କଟକ ୨୫।୬: ଆକାଶ ପାଠକଙ୍କୁ ମିଳିଲା ଜାମିନ୍ । ସର୍ତ୍ତମୂଳକ ଜାମିନ୍ ପ୍ରଦାନ କଲେ ହାଇକୋର୍ଟ । ଟାଟା କମ୍ପାନୀରେ ଚାକିରୀ ଦେବା ନାଁରେ ଠକେଇ ଅଭିଯୋଗରେ ଗିରଫ ହୋଇଥିଲେ ଆକାଶ ପାଠକ । ଦୀର୍ଘ ୬ମାସ ପରେ ଜେଲ୍‌ରୁ ମୁକୁଳିବେ ଆକାଶ ପାଠକ ।

କିଛି ଦିନ ତଳେ ଆକାଶ ପାଠକଙ୍କ ବାପା ତଥା ପୂର୍ବତନ ଆଇଏଫଏସ ଅଭୟକାନ୍ତ ପାଠକଙ୍କୁ ଜାମିନ୍ ମିଳିଥିଲା । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗତ ନଭେମ୍ବର ମାସ ୨୭ ତାରିଖରେ ଅଭୟକାନ୍ତ ପାଠକ ଗିରଫ ହୋଇଥିଲେ । ହାଇକୋର୍ଟ ତାଙ୍କୁ ମଧ୍ୟ ସର୍ତ୍ତମୂଳକ ଜାମିନ୍ ପ୍ରଦାନ କରିଥିଲେ । ୨ ଲକ୍ଷ ଟଙ୍କାର ୨ ଜଣ ଜାମିନଦାରଙ୍କ ବଦଳରେ ହାଇକୋର୍ଟ ଜାମିନ୍ ପ୍ରଦାନ କରିଥିଲେ । ଫଳରେ ସେ ଦୀର୍ଘ ୬ମାସ ପରେ ଜେଲ୍‌ରୁ ମୁକୁଳିଥିଲେ । ତାଙ୍କ ବିରୋଧରେ ଥିବା ସମସ୍ତ ୩ ମାମଲାରେ ସେ ଜାମିନ୍ ପାଇବା ପରେ ଜେଲ୍‌ରୁ ମୁକୁଳିଥିଲେ ।

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ତଥା ଠକେଇ ଅଭିଯୋଗରେ ଆଇଏଫଏସ ଅଭୟ ପାଠକଙ୍କୁ ଗିରଫ କରିଥିଲା ଭିଜିଲାନ୍ସ । ପରେ ତାଙ୍କ ପୁଅ ଆକାଶଙ୍କ କେଳେଙ୍କାରୀ ଧରାପଡିଯାଇଥିଲା । ଟାଟା କମ୍ପାନୀରେ ଚାକିରୀ କରାଇଦେବା ନାଁରେ ଠକେଇ ଅଭିଯୋଗରେ ଆକାଶଙ୍କୁ ମଧ୍ୟ ଭିଜିଲାନ୍ସ ଗିରଫ କରିଥିଲା । ଏବେ ତାଙ୍କୁ ହାଇକୋର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି । ପାଠକ ବାପା-ପୁଅଙ୍କ ସହ ଲିଙ୍କ୍ ଅଭିଯୋଗରେ ଗିରଫ ହୋଇଥିବା ବିଧାୟକ ପ୍ରଦୀପ ପାଣିଗ୍ରାହୀ ମଧ୍ୟ ଜେଲ୍‌କୁ ମୁକୁଳିସାରିଛନ୍ତି ।

   Related Posts