Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ଆରଡିରେ ପାଳନ ହେଲା ଦୀପାବଳି, ରାତି ୯ଟାରେ ଉଠିଲା ବାବା ଆଖଣ୍ଡଳମଣିଙ୍କ ମହାଦୀପ

5/11/2021 at 7:34 AM

ଚାନ୍ଦବାଲି, ୦୫ |୧୧ :  ପବିତ୍ର ଦୀପାବଳି ଉତ୍ସବ ଅବସରରେ ପ୍ରସିଦ୍ଧ ଶୈବପୀଠ ଆରଡି ଧାମର ବାବା ଆଖଣ୍ଡଳମଣିଙ୍କ ମନ୍ଦିର ଚୂଡାକୁ ନିର୍ଦ୍ଧାରିତ ସମୟରେ ଉଠିଛି ମହାଦୀପ। ଏଥିପାଇଁ ଦିନ ତମାମ ମନ୍ଦିରରେ ଅନୁଷ୍ଠିତ ହୋଇଥିଲା ସ୍ବତନ୍ତ୍ର ନୀତିକାନ୍ତି  ।

ଗୁରୁବାର ଭୋର ୪ଟାରେ ମନ୍ଦିରର ଦ୍ବାରଫିଟା ଯିବା ପରେ ମଙ୍ଗଳ ଆଳତୀ, ଘର୍ଷଣଲାଗି, ମହାସ୍ନାନ ସରିବା ପରେ ନୂତନବସ୍ତ୍ର, ଚନ୍ଦନ, ବେଲପତ୍ର ଲାଗି କରାଯାଇ ଦିଗମ୍ବରବେଶରେ ମଣିବାବାଙ୍କୁ ସଜ୍ଜିତ କରାଯାଇଥିଲା। ପରେ ପହଡ ଖିଆ ଅନ୍ନନୀତି, ଯୋଗୀବେଶ, ବଡ ଅନ୍ନନୀତିଭୋଗ ଲାଗି ହେବା ପରେ ୧ଘଣ୍ଟା ଅବକାଶ(ଶୟନ) ନୀତି କରାଯିବ। ପରେ ଦୀପାବଳୀ ନୀତି ନିମନ୍ତେ ମନ୍ଦିର ଗର୍ଭଗୃହକୁ ସଫେଇ କରାଯାଇ ଅପରାହ୍ନ ୪ଟାରେ ମଣିବାବାଙ୍କୁ ବଡସିଂହାରବେଶରେ ସଜ୍ଜିତ କରାଯାଇଥିଲା ।

ଏହାପରେ ସନ୍ଧ୍ୟାପରେ ଦୀପଦାନ ଓ ଷୋଡଶ ଉପଚାରପୂଜା, ବଡଆଳତୀ ନୀତି ସରିବା ପରେ ରାତ୍ର ୮ଟାରେ ପାଳିଆ ସେବାୟତଙ୍କ ଦ୍ବାରା  ମହାଦୀପ ପ୍ରସ୍ତୁତ କରାଯାଇ  ଗୁପ୍ତଷୋଡଶ ଉପଚାର ପୂଜାରେ ମହାଦୀପ ମାର୍ଜନା ଓ ଅଗ୍ନି ସଂଯୋଗ କରାଯାଇଥିଲା । ପରେ ସଙ୍କୀର୍ତନ ସହ ମନ୍ଦିର ବେଢା ପରିକ୍ରମା କରାଯାଇଥିଲା । ରାତ୍ର ୯ଟାରେ ମହାଦୀପ ମନ୍ଦିର ଚୂଡାକୁ ଉଠିଥିଲା । ସମସ୍ତ ନୀତିକାନ୍ତି କୋଭିଡ କଟକଣା ମଧ୍ୟରେ ସମ୍ପନ୍ନ ହୋଇଥିଲା ।

   Related Posts