ବାଲେଶ୍ବର ଓ ଭଦ୍ରକ ଜିଲ୍ଲାରେ ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

Published By : Prameya-News7 Bureau | October 08, 2019 IST

ଭୁବନେଶ୍ବର ୮।୧୦: ଦୁର୍ଗା ପୂଜାକୁ ଭିଜାଇବ ବର୍ଷା । ଆଜି ରାଜ୍ୟର କିଛି ଜିଲ୍ଲାରେ ବର୍ଷା ସହ ଘଡଘଡି ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ବିଶେଷକରି ବାଲେଶ୍ବର ଓ ଭଦ୍ରକ ଜିଲ୍ଲାରେ ଘଡଘଡି ସହ ବର୍ଷା ହେବ ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଦେଇଛି । ସେଥିପାଇଁ ଦିନ ୧୨ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ଜିଲ୍ଲାବାସୀଙ୍କୁ ପରାମର୍ଶ ଦିଆଯାଇଛି ।

ସେହିଭଳି ରାଜ୍ୟର ଅନେକ ସ୍ଥାନରେ ହାଲକାରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି। କୋରାପୁଟ, ଗଞ୍ଜାମ, ଗଜପତି, ପୁରୀ, ମୟୂରଭଞ୍ଜ ଓ କେନ୍ଦୁଝରରେ ବର୍ଷା ସମ୍ଭାବନା ରହିଛି ।

ଆସନ୍ତାକାଲି ମଧ୍ୟ ରାଜ୍ୟର କେତେକ ସ୍ଥାନରେ ବର୍ଷା ହେବ । ବିଶେଷ କରି ନବରଙ୍ଗପୁର, ରାୟଗଡା, କୋରାପୁଟ, ବରଗଡ, ବଲାଙ୍ଗିରର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଛି । ୧୧ ତାରିଖରୁ ବର୍ଷା କ୍ରମଶଃ କମିବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.