Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଦ୍ମ ସମ୍ମାନ ଘୋଷଣା: ୩ଟି ବର୍ଗରେ ମୋଟ ୧୧୯ ଜଣ ପାଇବେ ସମ୍ମାନ
  • ||
  • ବଜେଟ୍‌ ଡେ’ରେ ପାର୍ଲାମେଣ୍ଟ ଚଲୋ: ଆନ୍ଦୋଳନକାରୀ କୃଷକ ଦେଲେ ଡାକରା
  • ||
  • ଚିନ୍ତା ବଢାଇଲେଣି କୁଲଡିହା ହାତୀପଲ, ନଷ୍ଟ କରୁଛନ୍ତି ବ୍ୟାପକ ଫସଲ
  • ||
  • ଭୁବନେଶ୍ବର : ଫେବୃଆରୀ ୧୪ରୁ ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ
  • ||
  • ଅନୁଗୋଳ : ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ମା’ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୪୩୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ବ୍ରହ୍ମପୁର : ଟ୍ରାକ୍ଟର ସହ ବାଇକ୍ ଧକ୍କା, ଜଣେ ମୃତ, ୨ ଶ୍ରମିକ ଗୁରୁତର
  • ||
  • ଆନନ୍ଦପୁର : ଧାନ ଡୋଲି ଓଲଟିପଡି ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୨୦୩ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ବରଗଡ : ଭିଜିଲାନ୍ସ ଜାଲରେ ବରଗଡ ଜିଲ୍ଲା ଭଟଲି ବ୍ଲକ୍ କେଲେଙ୍ଗାପାଲିର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ
  • ||

ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌, କରୋନା ଗାଇଡ୍‌ଲାଇନ୍‌ ସହ ଏସ୍‌ଓପି ପାଳନ ବାଧ୍ୟତାମୂଳକ

27/11/2020 at 8:25 PM

ଭୁବନଶ୍ବେର ୨୭/୧୧: ଡିସେମ୍ବର ୧ରୁ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌ ଖୋଲିବ। ଛାତ୍ରଛାତ୍ରୀଙ୍କ ପାଠ ପଢ଼ା ପାଇଁ ମେଡିକାଲ କଲେଜ୍‌ ଖୋଲାଯିବ। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌ ଖୋଲିବାକୁ ଥିବା ବେଳେ ସାମାଜିକ ଦୂରତା ସହ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଦ୍ବାରା ଜାରି କରାଯାଇଥିବା ଗାଇଡଲାଇନକୁ ମାନିବାକୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି ।

ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏନେଇ ସମସ୍ତ ସରକାରୀ ଓ ବେସରକାରୀ ମେଡିକାଲ କଲେଜର ମୁଖ୍ୟମାନଙ୍କୁ ଅବଗତ କରାଯାଇଛି। ମେଡିକାଲ କଲେଜର ଛାତ୍ରଛାତ୍ରୀଙ୍କ ପାଠପଢା ପାଇଁ କଲେଜ ଖୋଲାଯାଉଥିବା ନେଇ ରାଜ୍ୟ ସରକାରଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି ।

କୋଭିଡ-୧୯ ଯୋଗୁ ଓଡ଼ିଶାର ସମସ୍ତ ମେଡିକାଲ କଲେଜ ବନ୍ଦ ଥିବା ବେଳେ ଦୀର୍ଘ ୮ ମାସ ପରେ  ଡିସେମ୍ବର ୧ରୁ ଖୋଲିବ। ଉଚ୍ଚଶିକ୍ଷା ବିଭାଗର ସଚିବ, ଡିନ୍ ,ପ୍ରିନ୍ସିପାଲ ଓ ବିଭିନ୍ନ ମେଡିକାଲ୍ କଲେଜର ପରୀକ୍ଷା ନିୟନ୍ତ୍ରକଙ୍କ ସହ ଆଲୋଚନା ପରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ଘୋଷଣା କରାଯାଇଛି ।

   Related Posts