ରାଜ୍ୟରେ ନିର୍ବାଚନ ନେଇ ପ୍ରସ୍ତୁତି, ସିଇଓଙ୍କ କାର୍ଯ୍ୟାଳୟରେ ସର୍ବଦଳୀୟ ବୈଠକ

Published By : Prameya-News7 Bureau | April 18, 2024 IST

ଭୁବନେଶ୍ୱର ୧୮।୦୪ : ରାଜ୍ୟରେ ନିର୍ବାଚନ ପ୍ରସ୍ତୁତି । ନିର୍ବାଚନ ନେଇ ବସିଲା ସର୍ବଦଳୀୟ ବୈଠକ । ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଅଧ୍ୟକ୍ଷତାରେ ଚାଲିଛି ବୈଠକ । ଏହି ବୈଠକରେ ସବୁ ଦଳରେ ନେତା ଉପସ୍ଥିତ ରହିଛନ୍ତି । ସିଇଓଙ୍କ କାର୍ଯ୍ୟାଳୟରେ ନିର୍ବାଚନ ନେଇ ଚାଲିଛି ଆଲୋଚନା । ଅବାଧ ଓ ନିରପେକ୍ଷ ନିର୍ବାଚନ ନେଇ ବୈଠକରେ ଆଲୋଚନା ।

ସୂଚନାଯୋଗ୍ୟ ଯେ, ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଦେଶରେ ଚତୁର୍ଥ ଏବଂ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ୍ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଓଡ଼ିଶା ସମେତ ୯ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ପର୍ଯ୍ୟାୟରେ ମୋଟ୍ ୯୬ଟି ଲୋକସଭା ଆସନରେ ମତଦାନ ହେବ । ଏନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ତେବେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ମେ’ ୧୩ରେ ଭୋଟ୍ ଗ୍ରହଣ ହେବ। ଏଥିପାଇଁ ଆଜିଠାରୁ ନାମାଙ୍କନ ପତ୍ର ଦାଖଲ କରାଯିବ। ୨୫ ଏପ୍ରିଲରେ ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି । ସେହିପରି ୨୬ ରେ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ । ୨୯ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି । ରାଜ୍ୟର ୪ ସଂସଦୀୟ କ୍ଷେତ୍ର, ୨୮ ବିଧାନସଭା ଭୋଟ୍ ପଡ଼ିବ। ପ୍ରଥମ ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ରରେ ଭୋଟିଂ ହେବ।

ତେବେ ଓଡିଶାରେ ପ୍ରଥମ ପର୍ଯ୍ୟାୟରେ ନୂଆପଡ଼ା, ଖରିଆର, ଲାଞ୍ଜିଗଡ, ଜୁନାଗଡ, ଧର୍ମଗଡ, ଭବାନୀପାଟଣା, ନର୍ଲା, ଉମରକୋଟ, ଝରିଗାଁ, ନବରଙ୍ଗପୁର, ଡାବୁଗାଁ, କୋଟପାଡ଼, ମାଲକାନଗିରି, ଚିତ୍ରକୋଣ୍ଡା ବିଧାନସଭା ଆସନରେ ଭୋଟ୍ ଗ୍ରହଣ କରାଯିବ । ଏହାସହ ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି, ଚିକିଟି, ମୋହନା, ପାରଳାଖେମୁଣ୍ଡି, ଗୁଣୁପୁର, ବିଷମକଟକ, ରାୟଗଡ଼ା, ଲକ୍ଷ୍ମୀପୁର, ଜୟପୁର, କୋରାପୁଟ, ପଟ୍ଟାଙ୍ଗୀରେ ମଧ୍ୟ ଭୋଟେ ଦେବେ ଭୋଟର ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.