Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର : ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ
  • ||
  • କଟକ : ସି-ସୋର ଘାଟରୁ ଅଜଣା ମୃତଦେହ ଉଦ୍ଧାର, ଭାସି ଆସିଥିବା ସନ୍ଦେହ
  • ||
  • ଚଣ୍ଡିଗଡ : ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
  • ||
  • ନୂଆଦିଲ୍ଲୀ : ଅନଲାଇନ୍‌ରେ ହେବନାହିଁ CBSE ବୋର୍ଡ ପରୀକ୍ଷା, ପୂର୍ବଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ
  • ||
  • ଝାରସୁଗୁଡା : ବାପା ନା’ ରାକ୍ଷସ, ନିଶାଶକ୍ତ ଅବସ୍ଥାରେ ୧୧ ବର୍ଷର ଝିଅ ସହ କଲା ଦୁଷ୍କର୍ମ !
  • ||
  • କନ୍ଧମାଳ : ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !
  • ||
  • ବଡବିଲ : ହାତୀ ଆକ୍ରମଣରେ ଚାଲିଗଲା ଜଣଙ୍କ ଜୀବନ, ଆତଙ୍କ ଖେଳାଇଛନ୍ତି ୧୧ଟିକିଆ ହାତୀ ପଲ
  • ||
  • ଓ୍ବାଶିଂଟନ୍ : ‘ପିଜ୍ଜା ହଟ୍’ର ଶୁଭାରମ୍ଭ କରିଥିବା ଫ୍ରାଙ୍କ୍ କାର୍ନିଙ୍କ ପରଲୋକ
  • ||
  • ବଲାଙ୍ଗୀର : ଭିଜିଲାନ୍ସ ପଞ୍ଝାରେ ରେଞ୍ଜର, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ଭୁବନେଶ୍ବର : ଅଫଲାଇନ୍‌ରେ ହେବ ମାଟ୍ରିକ୍ ଏବଂ ଯୁକ୍ତ ୨ ପରୀକ୍ଷା : ଗଣଶିକ୍ଷା ମନ୍ତ୍ରୀ
  • ||

ଗଞ୍ଜାମରୁ ଆସିଲା ଖୁସି ଖବର, ସୋମବାର ସମସ୍ତ ରାପିଡ୍ ଆଣ୍ଟିଜେନ୍ ଟେଷ୍ଟ୍ ରିପୋର୍ଟ ନେଗେଟିଭ୍

9/11/2020 at 10:37 PM

ବ୍ରହ୍ମପୁର, ୦୯।୧୧:  ରାଜ୍ୟରେ କରୋନା ଗ୍ରାଫ୍ ଖସୁଛି । ନୂଆ ଆକ୍ରାନ୍ତଙ୍କ ଅପେକ୍ଷା ଅଧିକ ସଂଖ୍ୟକ ସଂକ୍ରମିତ ଆରୋଗ୍ୟ ଲାଭ କରୁଛନ୍ତି । ପ୍ରାୟ ସବୁ ଜିଲ୍ଲାରେ କରୋନା ପଜିଟିଭ୍ ସଂଖ୍ୟା କମୁଛି । ଏହାମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ଆସିଛି ଏକ ଖୁସି ଖବର । ଆଜି ଟେଷ୍ଟ ହୋଇଥିବା ସମସ୍ତ ରାପିଡ୍ ଆଣ୍ଟିଜେନ୍ ଟେଷ୍ଟ୍ ରିପୋର୍ଟ ନେଗେଟିଭ୍ ଆସିଛି ।

ଏକଦା କରୋନର ହବ୍ ଥିଲା ଗଞ୍ଜାମ । ପ୍ରତିଦିନ ୫୦୦ରୁ ଅଧିକ ସଂକ୍ରମିତ ଚିହ୍ନଟ ହେଉଥିଲେ । ଏବେ କିନ୍ତୁ ସଂକ୍ରମଣ କମିଛି । କମ୍ ସଂଖ୍ୟାକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ତେବେ ସୋମବାର ଜିଲ୍ଲାରେ ଟେଷ୍ଟ ହୋଇଥିବା ସମସ୍ତ ନମୂନା ନେଗେଟିଭ୍ ଆସିଛି ।

ସୋମବାର ଜିଲ୍ଲାରେ ୩୫୯୭ଟି ରାପିଡ୍ ଆଣ୍ଟିଜେନ୍ ଟେଷ୍ଟ ହୋଇଥିଲା । ଏଥିରେ ସମସ୍ତ ରିପୋର୍ଟ ନେଗେଟିଭ୍ ଆସିଛି । ଏନେଇ ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି । ଏହାସହ ସମସ୍ତ କୋଭିଡ୍ ଯୋଦ୍ଧାଙ୍କୁ ଧନ୍ୟବାଦ ମଧ୍ୟ ଜଣାଇଛି ଜିଲ୍ଲା ପ୍ରଶାସନ ।  

   Related Posts