Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଇରଙ୍ଗପୁର: ଗୋରୁମହିଷାଣି ପୋଲିସର ସଡକ ସୁରକ୍ଷା ସଚେତନ କାର୍ଯ୍ୟକ୍ରମ, ସାମିଲ ଥିଲେ ସ୍ଥାନୀୟ ଲୋକେ
  • ||
  • ବଲାଙ୍ଗୀର: ପୁଣି ରକ୍ତ ରଞ୍ଜିତ ହେଲା ଶୁଲିଆ ପୀଠ, ଗଡିଲା ଶହ ଶହ ପଶୁ-ପକ୍ଷୀଙ୍କ ମୁଣ୍ଡ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ୨ୟ ପର୍ଯ୍ୟାୟ କୋଭିଡ ଟିକା: ସ୍ପାଇସ୍ ଜେଟ୍‌ରେ ଆସିଲା ଟିକା
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଭାରତର ଐତିହାସିକ ବିଜୟ, ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ମାଲକାନଗିରି : ସୀମାନ୍ତରେ ଏନ୍‌କାଉଣ୍ଟର, ୧୦ରୁ ଅଧିକ ମାଓ କ୍ୟାମ୍ପ ଧ୍ୱଂସ
  • ||
  • ସମ୍ବଲପୁର : ଫୋକସ୍‌ରେ ପଶ୍ଚିମ ଓଡିଶା, ମା’ ସମଲେଶ୍ବରୀଙ୍କ ମନ୍ଦିର ବୁଲି ସମୀକ୍ଷା କଲେ 5-T ସଚିବ
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ହାଇଦ୍ରାବାଦ : ପାଠ ପଢୁନଥିଲା ବୋଲି ୧୦ ବର୍ଷର ପୁଅକୁ ଜିଅନ୍ତା ଜାଳିଦେଲା ବାପା, ପୋଡିଯାଇଛି ଶରୀରର ୬୫ ଭାଗ
  • ||
  • ବଡବିଲ : ନର୍ଭେରାମ ଖଣି କାର୍ଯ୍ୟାଳୟରେ ଆୟକର ଚଢାଉ, ବିଭିନ୍ନ କାଗଜପତ୍ରର ଯାଞ୍ଚ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୨ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||

କୋରାପୁଟ ଜିଲ୍ଲାରେ ଖୋଲିବ ସମସ୍ତ ଧର୍ମାନୁଷ୍ଠାନ

28/12/2020 at 7:01 PM

ଜୟପୁର ୨୭।୧୨: କୋରାପୁଟ ଜିଲ୍ଲା ପ୍ରଶାସନର ଗୁରୁତ୍ବପୂର୍ଣ୍ଣ ନିଷ୍ପତି । ଜିଲ୍ଲାରେ ଖୋଲିବ ସମସ୍ତ ଧର୍ମାନୁଷ୍ଠାନ । ଡିସେମ୍ବର ୩୦ ତାରିଖ ଗୋଟାଏ ଦିନ ପାଇଁ ଖୋଲିବ । ଡିସେମ୍ବର ୩୧, ଜାନୁୟାରୀ ୧ ଓ ୨ ତାରିଖ ବନ୍ଦ ରହିବ ବୋଲି ନିଷ୍ପତ୍ତି ନିଆଯାଇଛି । ଜାନୁୟାରୀ ୩ ତାରିଖରୁ ସମସ୍ତ ଧର୍ମାନୁଷ୍ଠାନ ଖୋଲିବ । କୋରାପୁଟ ଜିଲ୍ଲାପାଳ ମଧୁସୂଦନ ମିଶ୍ର ଏ ନେଇ ଘୋଷଣା କରିଛନ୍ତି । ସଦଭାବନା ସଭା ଗୃହରେ ସମସ୍ତ ରାଜନୈତିକ ଦଳର ନେତା, ସମସ୍ତ ଧର୍ମାନୁଷ୍ଠାନର ସଦସ୍ୟ, ପୋଲିସ ଓ ପ୍ରଶାସନର ମିଳିତ ବୈଠକ ପରେ ଏଭଳି ଘୋଷଣା କରାଯାଇଛି । କୋଭିଡ୍ ନିୟମକୁ କଡାକଡି ଭାବେ କାର୍ଯ୍ୟକାରି କରି ଧର୍ମାନୁଷ୍ଠାନ ଖୋଲାଯିବାକୁ ନିର୍ଦ୍ଦେଶ ଦିଆଯାଇଛି ।
ଜିଲ୍ଲା ପ୍ରଶାସନର ଏଭଳି ପଦକ୍ଷେପକୁ ବୈଠକରେ ଉପସ୍ଥିତ ଥିବା ଧର୍ମାନୁଷ୍ଠାନର ପ୍ରତିନିଧି ଓ ଜନ ପ୍ରତିନିଧିମାନେ ସ୍ବାଗତ କରିଛନ୍ତି । କୋଭିଡ୍ କଟକଣାକୁ ସମସ୍ତେ ମାନିବାକୁ ପ୍ରତିଶ୍ରୁତି ଦେବାକୁ ବୈଠକରେ ସର୍ବ ସମ୍ମତି ନିଷ୍ପତ୍ତିକ୍ରମେ ପଦକ୍ଷେପ ନିଆଯାଇଛି ବୋଲି ଜିଲ୍ଲାପାଳ କହିଛନ୍ତି । ଆସନ୍ତା ଜାନୁୟାରୀ ୩ ତାରିଖଠାରୁ ସମସ୍ତ ଧର୍ମାନୁଷ୍ଠାନ ଖୋଲାହେବ ବୋଲି ଜିିଲ୍ଲାପାଳ କହିଛନ୍ତି ।

   Related Posts