Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯୁବ ମୋର୍ଚ୍ଚା ନେତାଙ୍କୁ ମାଡ଼ ଘଟଣାରେ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କଲା ବିଜେପି
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାରରେ ଧବଳେଶ୍ଵର ପୀଠରେ ୧୪୪ ଧାରା ଜାରି
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||

୨ଦିନ ପାଇଁ ସହରର ସମସ୍ତ ଦୋକାନ ବଜାର ବନ୍ଦ, ବ୍ୟବସାୟୀ ସଂଘର ନିଷ୍ପତ୍ତି

27/04/2021 at 8:12 AM

କରଞ୍ଜିଆ ୨୭।୦୪: କରଞ୍ଜିଆ ଏନଏସିରେ କରୋନା ସ୍ଥିତି ଚିନ୍ତାଜନକ ରହିଛି । ବଢୁଥିବା କରୋନା ସଂକ୍ରମଣକୁ ଦେଖି କରଞ୍ଜିଆ ସହରର ସମସ୍ତ ଦୋକାନ ବଜାର ବନ୍ଦ କରିବାକୁ କରଞ୍ଜିଆ ବ୍ୟବସାୟୀ ସଂଘ ନିଷ୍ପତ୍ତି ନେଇଛି ।

ଖବର ଅନୁଯାୟୀ, ସୋମବାର ସୁଦ୍ଧା କରଞ୍ଜିଆ ଏନ୍‌ଏସି ଅଞ୍ଚଳରେ କୋଭିଡ଼ ସଂକ୍ରମିତଙ୍କ ସଂଖ୍ୟା ୧୨୩ରେ ପହଞ୍ଚିଥିବା ବାଳେ ଗତ ୨ଦିନରେ ୨ଜଣଙ୍କର କରୋନାରେ ମୃତ୍ୟୁ ହୋଇସାରିଲାଣି । ତେଣୁ ସଂକ୍ରମଣ ଚେନ୍‌କୁ ଭାଙ୍ଗିବା ପାଇଁ ସ୍ଥାନୀୟ ପ୍ରଶାସନର ସହାୟତାରେ କଟକଣା ଲଗାଇଛି କରଞ୍ଜିଆ ବ୍ୟବସାୟୀ ସଂଘ ।

ମଙ୍ଗଳବାର ଓ ବୁଧବାର ଦିନ କରଞ୍ଜିଆ ସହରର ସମସ୍ତ ଦୋକାନା ବଜାର ବନ୍ଦ ରଖିବାକୁ କରଞ୍ଜିଆ ବ୍ୟବସାୟୀ ସଂଘ ନିଷ୍ପତ୍ତି ନେଇଛି । ଏହି ବନ୍ଦରେ କେବଳ ସହରର ସମସ୍ତ ଦୋକାନ ବଜାର ସାମିଲ କରାଯାଇଥିବା ବେଳେ ଏହି ବନ୍ଦରୁ ଜରୁରୀକାଳୀନ ସେବା, ବସ ଚଳାଚଳ ଏବଂ ସମସ୍ତ ସରକାରୀ କାର୍ଯ୍ୟାଳୟ ବାଦ ଦିଆଯାଇଛି । 

   Related Posts