Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମିବାରେ ଲାଗିଛି କରୋନା ପ୍ରଭାବ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୭୦୭ ଆକ୍ରାନ୍ତ
  • ||
  • ବିରାଟ ବାହିନୀ ଚିତ୍‌ପଟାଙ୍ଗ, ଭାରତକୁ ୫୧ ରନରେ ହରାଇ ସିରିଜ୍ ହାତେଇଲା ଅଷ୍ଟ୍ରେଲିଆ
  • ||
  • କାର୍ତ୍ତିକ ପୂର୍ଣ୍ଣିମାରେ ପବିତ୍ର ଗଙ୍ଗା ସ୍ନାନକୁ ନେଇ ଦୁଇ ଦିନ ପାଇଁ ହରିଦ୍ୱାର ସୀମା ସିଲ୍
  • ||
  • ହାଡଭଙ୍ଗା ଶୀତ ଯୋଗୁଁ ମନାଲିରେ ଜଣକର ମୃତ୍ୟୁ, ଜିରୋ ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଡାଲିରେ ୧୫ ଟଙ୍କା ରିହାତି ଦେବେ ସରକାର
  • ||
  • ଭୁବନେଶ୍ୱର : କମିଲା କୋଭିଡ୍ ମୃତ୍ୟୁ ସଂଖ୍ୟା : ଗତ ୨୪ ଘଣ୍ଟାରେ ଯାଇଛି ୪ ମୁଣ୍ଡ, ୧୭୩୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୧୮ କରୋନା ସଂକ୍ରମିତ, ୩୧୮୩୦୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ଡକାୟତ ଗ୍ୟାଙ୍ଗ୍ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ : ୪ ଗୁରୁତର, ଜଣେ ଗିରଫ
  • ||
  • ନୂଆଦିଲ୍ଲୀ : ଭାରତରେ କମୁଛି ସଂକ୍ରମଣ, ଗତ ୨୪ଘଣ୍ଟାରେ ୪୧୮୧୦ କରୋନା ଆକ୍ରାନ୍ତ ଚିହ୍ନଟ
  • ||
  • ଉଦଳା : ଜମିବାଡି ବିବାଦକୁ କେନ୍ଦ୍ରକରି ଡବଲ ମର୍ଡର ! ସଂମ୍ପର୍କୀୟ ଭାଇ ଓ ପୁତୁରାକୁ ହତ୍ୟା କଲା ଭାଇ
  • ||

ମହାରାଷ୍ଟ୍ରରେ ଖୋଲିବ ସମସ୍ତ ମନ୍ଦିର, ମାସ୍କ ପିନ୍ଧିବା ସହ ସାମାଜିକ ଦୂରତା ବାଧ୍ୟତାମୂଳକ

15/11/2020 at 8:26 AM

ମୁମ୍ବାଇ, ୧୫|୧୧:  ମହାରାଷ୍ଟ୍ର ସରକାର ରାଜ୍ୟର ସମସ୍ତ ଧାର୍ମିକ ସ୍ଥଳୀ ଖୋଲିବା ପାଇଁ ଅନୁମତି ଦେଇଛନ୍ତି । ତେବେ ଏଥି ପାଇଁ ସରକାର କିଛି ଗାଇଡଲାଇନ୍ ଜାରି କରିଛନ୍ତି । ନଭେମ୍ବର ୧୬ରୁ ସର୍ତ୍ତମୂଳକ ଭାବେ ସମସ୍ତ ମନ୍ଦିର ଖୋଲିବ । ମନ୍ଦିର ଯାଉଥିବା ଶ୍ରଦ୍ଧାଳୁମାନଙ୍କୁ ସରକାରଙ୍କ ତରଫରୁ ସମସ୍ତ ନିୟମ ପାଳନ କରିବାକୁ ପଡିବ । ମାସ୍କ ପିନ୍ଧି ମନ୍ଦିର ଯିବାକୁ ବାଧ୍ୟତାମୂଳକ କରାଯାଇଛି ।

ସରକାରଙ୍କ ତରଫରୁ ଆହୁରି ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ଯେ, ମନ୍ଦିରରେ ସାମାଜିକ ଦୂରତା ପାଳନ କରିବାକୁ ପଡିବ । ମନ୍ଦିରରେ ଯେପରି ଅଧିକ ଗହଳି ନହେବ ସେନେଇ ନଜର ରଖାଯିବ । ମହାରାଷ୍ଟ୍ର ସରକାର ଏହି ନିର୍ଦ୍ଦେଶ ଜାରି କରିବା ପରେ ପ୍ରସିଦ୍ଧ ସିଦ୍ଧି ବିନାୟକ ମନ୍ଦିର ଖୋଲିବା ନେଇ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି ।

ସିଦ୍ଧି ବିନାୟକ ମନ୍ଦିର ଟ୍ରଷ୍ଟର କର୍ତ୍ତୃପକ୍ଷ କହିଛନ୍ତି ଯେ, ସରକାର ମନ୍ଦିର ଖୋଲିବା ନେଇ ନିର୍ଦ୍ଦେଶ ଦେଇଛନ୍ତି । ନିର୍ଦ୍ଦେଶର ନକଲ ମିଳିବା ପରେ ବୈଠକ ଡକାଯିବ । ସୂଚନାଯୋଗ୍ୟ, ମନ୍ଦିର ଖୋଲିବା ପ୍ରସଙ୍ଗକୁ ନେଇ ମହାରାଷ୍ଟ୍ରରେ ବିରୋଧୀ ଦଳ ସରକାରଙ୍କୁ ଘେରିଥିଲେ । ଏହାକୁ ନେଇ ରାଜ୍ୟପାଳ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ପ୍ରଶ୍ନ କରିଥିଲେ ।

ରାଜ୍ୟପାଳ ଉଦ୍ଧବଙ୍କୁ ଲେଖିଥିବା ପତ୍ରରେ ହିନ୍ଦୁତ୍ୱ ପ୍ରସଙ୍ଗରେ କଟାକ୍ଷ କରିଥିଲେ । ଏହାପରେ ଏହି ପ୍ରସଙ୍ଗ ରାଜନୈତିକ ରୂପ ନେଇଥିଲା । ଏପରିକି ଏନସିପି ଅଧ୍ୟକ୍ଷ ଶରଦ ଯାଦବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖି ରାଜ୍ୟପାଳଙ୍କ ପତ୍ରକୁ ନେଇ ଆପତ୍ତି ପ୍ରକାଶ କରିଥିଲେ ।

   Related Posts