Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୫୭୩ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୮୦ ଡିସଚାର୍ଜ
  • ||
  • ଡ୍ରଗ୍ସ ଲିଙ୍କ୍ ମାମଲାରେ NCBରେ ହାଜର ହେଲେ ଅନନ୍ୟା ପାଣ୍ଡେ, ଆର୍ଯ୍ୟନ ସହ ହ୍ବାଟସଆପ୍‌ ଚାଟ୍‌କୁ ନେଇ ମାରାଥନ୍‌ ଜେରା
  • ||
  • ଭୁବନେଶ୍ୱର : STF ପଞ୍ଝାରେ ବ୍ରାଉନସୁଗାର ବେପାରୀ, ୧କୋଟିରୁ ଅଧିକ ଟଙ୍କାର ଧଳାଜହର ଜବତ
  • ||
  • କଳାହାଣ୍ଡି : ମହାଲିଙ୍ଗ୍ ସନସାଇନ୍ ପବ୍ଲିକ୍ ସ୍କୁଲରେ ପ୍ରଶାସନର ତଦନ୍ତ, କାଗଜପତ୍ର ଯାଞ୍ଚ ସହ ଆୟବ୍ୟୟ ଅଟକଳର ଚାଲିଛି ଖୋଳତାଡ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୨୪ କୋଭିଡ୍ ପଜିଟିଭ୍
  • ||
  • ଟି୨୦ ବିଶ୍ୱକପ : ସୁପର-୧୨ରେ ଶ୍ରୀଲଙ୍କା, ୭୦ରନରେ ଆୟରଲ୍ୟାଣ୍ଡକୁ ଦେଲା ମାତ୍
  • ||
  • +୩ରେ ଲକ୍ଷେ ସିଟ୍ ଖାଲି, ଗୁରୁବାର ସ୍ପଟ୍ ଆଡମିଶନ ପାଇଁ ଆବେଦନ
  • ||
  • ରାଜ୍ୟରେ ଖରାଟିଆ ପାଗ, ୨୩ ସୁଦ୍ଧା ଫେରିଯିବ ମୌସୁମୀ
  • ||
  • ରାଜଧାନୀରେ ରହିବନି ମୁକୁଳା ଡ୍ରେନ୍ : ଦୁଇ ପାର୍ଶ୍ୱରେ ଲାଗିବ ତାରଜାଲି, ସମ୍ପ୍ରସାରଣ ହେବ ସଙ୍କୁଚିତ ନାଳ
  • ||

ଲାଞ୍ଚ କାରବାର କରି ଫସିଗଲେ ସହକାରୀ ନିର୍ବାହୀ ଯନ୍ତ୍ରୀ: ଭିଡିଓ ଭାଇରାଲ ପରେ କାର୍ଯ୍ୟାନୁଷ୍ଠାନ ଦାବିରେ ଗଣଧାରଣା

27/01/2021 at 6:09 PM

ନୀଳଗିରି୨୭/୧: ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବିରେ ଗଣଧାରଣା।  ଟିଏମ୍‌ସି  ସେଣ୍ଟରର ମରାମତି କାର୍ଯ୍ୟର ବିଲ କରିବାକୁ ଲାଞ୍ଚ ମାଗିଥିବା ଅଭିଯୋଗ ହୋଇଥିଲା।  ଯାହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ଦେଖା ଯାଇଥିଲା। ଏହି ଭିଡିଓ ଭାଇରାଲ ହେବା ପରେ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ବିରୋଧରେ ସ୍ଥାନୀୟ ଲୋକେ କଠୋର କାର୍ଯ୍ୟାନୁଷ୍ଠାନ ଦାବି କରି ଦିନ-ରାତି ଧାରଣାରେ ବସିଛନ୍ତି। ସୂଚନାଯୋଗ୍ୟ  ଯେ, ପୂର୍ବରୁ ମଧ୍ୟ ନୀଳଗିରି  ବ୍ଲକର ଏହି ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ବିରୋଧରେ ସଂଗୀନ ଅଭିଯୋଗ ରହିଛି। ବ୍ଲକରେ ଉନ୍ନୟମୂଳକ କାର୍ଯ୍ୟରେ ଅସହଯୋଗ କରିଥିଲେ ସହକାରୀ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ଅନୀଲ କୁମାର ପଣ୍ଡା।  

ସହକାରୀ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ଅନୀଲ କୁମାର ପଣ୍ଡା ପୁଣି ଥରେ ବିବାଦରେ ଛନ୍ଦି ହୋଇଡିଛନ୍ତି। ବିଲ କରିବା ବଦଳରେ ୬ ହଜାର ଟଙ୍କା ଲାଞ୍ଚ ମାଗିଥିବା ଠିକାଦାର ଅଭିଯୋଗ କରିଥିଲେ। ଲାଞ୍ଚ ଟଙ୍କାକୁ ପ୍ୟାଣ୍ଟ୍‌ର ପଛ ପ୍ୟାକେଟ୍‌ରେ ରଖିବା ବେଳର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏ ନେଇ ନୀଳଗିରି ଉପଜିଲ୍ଲାପାଳ-ଜିଲ୍ଲାପାଳଙ୍କ ଦ୍ବାରସ୍ଥ ହୋଇଥିଲେ ସ୍ଥାନୀୟ ଲୋକେ। ତଦନ୍ତ ପରେ ସଂପୃକ୍ତ ଯନ୍ତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଉପଜିଲ୍ଲାପାଳ କହିଥିଲେ। କିନ୍ତୁ ବର୍ତ୍ତମାନ ପର୍ଯ୍ୟନ୍ତ ତାଙ୍କ ବିରୋଧରେ ପ୍ରଶାସନ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନାହିଁ। ଏହା ପ୍ରତିବାଦରେ ସ୍ଥାନୀୟ ଲୋକେ ଗଣଧାରଣାରେ ବସିଛନ୍ତି।

   Related Posts