Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯୁବ ମୋର୍ଚ୍ଚା ନେତାଙ୍କୁ ମାଡ଼ ଘଟଣାରେ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କଲା ବିଜେପି
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାରରେ ଧବଳେଶ୍ଵର ପୀଠରେ ୧୪୪ ଧାରା ଜାରି
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||

ଆଉ ନାହାନ୍ତି ସଙ୍ଗୀତ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତି, ୬୩ବର୍ଷ ବୟସରେ ଦେହାନ୍ତ

17/05/2021 at 10:12 AM

ଭୁବନେଶ୍ୱର ୧୭।୦୫: ଓଲିଉଡ଼ ଜଗତ ପାଇଁ ଆଉ ଏକ ଦୁଃଖଦ ଖବର । ସଙ୍ଗୀତ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତିଙ୍କ ପରଲୋକ ହୋଇଯାଇଛି । ୬୩ବର୍ଷ ବୟସରେ ଅମରେନ୍ଦ୍ରଙ୍କ ଦେହାନ୍ତ ହୋଇଛି । ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଅମରେନ୍ଦ୍ରଙ୍କ ମୃତ୍ୟୁ ହୋଇଯାଇଛି ।

ଖବର ଅନୁଯାୟୀ, ୧୯୫୮ ମସିହା ୬ ଫେବ୍ରୁଆରୀରେ କେନ୍ଦ୍ରାପଡ଼ା ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ ଅମରେନ୍ଦ୍ର । ବୁଲୁ ଭାଇ ଭାବେ ସମସ୍ତଙ୍କର ଅତି ପରିଚିତ ଥିଲେ ସଙ୍ଗୀତ ନିର୍ଦ୍ଦେଶ ଅମରେନ୍ଦ୍ର ମହାନ୍ତି । ସୁନା ପଞ୍ଜୁରୀ ଫିଲ୍ମର ‘ପୁଚୁକି ଗାଲି’ ପାଇଁ  ବେଶ୍‌ ପ୍ରସିଦ୍ଧି ଲାଭ କରିଥିଲେ ଅମରେନ୍ଦ୍ର ମହାନ୍ତି ।

ଓଡିଆ ଚଳଚ୍ଚିତ୍ର ଜଗତରେ ବହୁ ଜଣାଶୁଣା ନାଁଟି ହେଉଛି ଅମରେନ୍ଦ୍ର ମହାନ୍ତି । ବହୁ ଭଜନ ଓ ହିଟ୍‌ ଫିଲ୍ମରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ଅମରେନ୍ଦ୍ର । ତାଙ୍କ ଏପରି ଅକଳା ବିୟୋଗରେ ଫିଲ୍ମ ଜଗତ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ମନେ କରାଯାଉଛି । ସେ କିଛି ଦିନ ତଳେ କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ମେଡିକାଲରେ ଚିକିତ୍ସା ଜାରି ରହିଥିଲେ । ତେବେ ହଠାତ୍‌ ଏବେ ତାଙ୍କର ପରଲୋକ ହୋଇଯାଇଛି ।

   Related Posts