Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||
  • ଜଗତସିଂହପୁରରେ ଲଗାଣ ବର୍ଷା, ଧାନ ଫସଲ କ୍ଷତିଗ୍ରସ୍ତ
  • ||

ପୁଣି ରଦ୍ଦ ହେଲା ଅମରନାଥ ଯାତ୍ରା, ଦ୍ବିତୀୟ ବର୍ଷ ପାଇଁ ଦର୍ଶନ କରିପାରିବେନି ଶ୍ରଦ୍ଧାଳୁ

21/06/2021 at 6:12 PM

ଜାମ୍ମୁ ୨୧/ ୦୬ : କରୋନା ସଙ୍କଟ ମଧ୍ୟରେ ପୁଣି ଥରେ ଅମରନାଥ ଯାତ୍ରା ରଦ୍ଦ ହୋଇଛି । ଲଗାତାର ଦ୍ବିତୀୟ ବର୍ଷ ପାଇଁ ଭକ୍ତମାନେ ବାବା ବର୍ଫାନୀଙ୍କ ଦର୍ଶନ ପାଇବାରୁ ବଞ୍ଚିତ ହେବେ । ମହାମାରୀ କାରଣରୁ ଅମରନାଥ ଯାତ୍ରାକୁ ରଦ୍ଦ କରିଛନ୍ତି ରାଜ୍ୟ ସରକାର । ଜାମ୍ମୁ କାଶ୍ମୀର ଉପ ରାଜ୍ୟପାଳ ମନୋଜ ସିହ୍ନା, ଅମରନାଥ ଯାତ୍ରା ରଦ୍ଦ ହେବା ନେଇ ସୂଚନା ଦେଇଛନ୍ତି ।

ଜାମ୍ମୁ କାଶ୍ମୀର ଉପ ରାଜ୍ୟପାଳ ମନୋଜ ସିହ୍ନା କହିଛନ୍ତି, ‘ମହାମାରୀ ସମୟରେ ଲୋକଙ୍କ ଜୀବନ ବଞ୍ଚାଇବା ପ୍ରାଥମିକତା ସେଥିପାଇଁ ପୂର୍ବବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଅମରନାଥ ଯାତ୍ରା ରଦ୍ଦ ହୋଇଛି । ଶ୍ରୀ ଅମରନାଥଜୀ ଶ୍ରାଇନ୍ ବୋର୍ଡଙ୍କ ସଦସ୍ୟଙ୍କ ସହିତ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି । ଚଳିତ ବର୍ଷ ଯାତ୍ରା କେବଳ ପ୍ରତିକାତ୍ମକ ରହିବ । ପରମ୍ପରା​‌ ଅନୁଯାୟୀ ପ୍ରଭୁ ଅମରନାଥଙ୍କର ସମସ୍ତ ପୂଜା ବିଧି ଅନୁଷ୍ଠିତ ହେବ କିନ୍ତୁ ଶ୍ରଦ୍ଧାଳୁଙ୍କ ଦର୍ଶନ ଉପରେ କଟକଣା ଲଗାଯିବ ।’

   Related Posts