ପୁରୀ ଗଜପତି ମହାରାଜାଙ୍କୁ ଭେଟିଲେ ଆମିକସ୍ କ୍ୟୁରୀ ; ଶ୍ରୀମନ୍ଦିର ସଂସ୍କାର ନେଇ ବିଭିନ୍ନ ପ୍ରସଙ୍ଗରେ କଲେ ଆଲୋଚନା

Published By : Prameya-News7 Bureau | September 22, 2018 IST

ପୁରୀ ୨୨|୯: ପୁରୀ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କୁ ଭେଟିଛନ୍ତି ଶ୍ରୀମନ୍ଦିର ସଂସ୍କାର ପାଇଁ ସୁପ୍ରିମକୋର୍ଟଙ୍କ ଦ୍ବାରା ନିଯୁକ୍ତ ଆମିକସ୍ କ୍ୟୁରୀ ଗୋପାଳ ସୁବ୍ରମଣ୍ୟମ୍ । ଗୋପାଳ ସୁବ୍ରମଣ୍ୟମଙ୍କୁ ଖଣ୍ଡୁଆପାଟ ଦେଇ ସ୍ବାଗତ କରିଥିଲେ ଗଜପତି ମହାରାଜା । ଶ୍ରୀନଅରରେ ଅନୁଷ୍ଠିତ ବୈଠକରେ ଶ୍ରୀମନ୍ଦିର ସଂସ୍କାର ନେଇ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି ଆମିକସ୍ କ୍ୟୁରୀ ଗୋପାଳ ସୁବ୍ରମଣ୍ୟମ୍ । ଆମିକସ କ୍ୟୁରୀଙ୍କ ସହ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପ୍ରଦୀପ୍ତ କୁମାର ମହାପାତ୍ର ଉପସ୍ଥିତ ଥିଲେ । ଗତକାଲି ଆମିକସ୍ କ୍ୟୁରୀ ଗୋପାଳ ସୁବ୍ରମଣ୍ୟମ୍ ପୁରୀରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପ୍ରଦୀପ୍ତ କୁମାର ମହାପାତ୍ର, ଜିଲ୍ଲାପାଳ ଜ୍ୟୋତିପ୍ରକାଶ ଦାସ, ଏସପି ସାର୍ଥକ ଷଡଙ୍ଗୀ ପ୍ରମୁଖଙ୍କ ସହିତ ଶ୍ରୀମନ୍ଦିର ସଂସ୍କାର ନେଇ ଆଲୋଚନା କରିଥିଲେ । ପରେ ପୁରୀ ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ଜଗଦଗୁରୁ ନିଶ୍ଚଳାନନ୍ଦ ସରସ୍ବତୀଙ୍କୁ ଭେଟି ଆଲୋଚନା କରିଥିଲେ। ଆଜି ଆମିକସ୍ କ୍ୟୁରୀ ଗୋପାଳ ସୁବ୍ରମଣ୍ୟମ ଶ୍ରୀମନ୍ଦିର ପରିଚାଳନା କମିଟି, ଛତିଶା ନିଯୋଗ ସହିତ କରିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.