Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅଭିଯୁକ୍ତକୁ ଉଠାଇ ଆଣିବାରୁ ଥାନା ପରିସରରେ ତୁମୁଳକାଣ୍ଡ, ଗ୍ରାମବାସୀ ଓ ପୋଲିସ ମାରପିଟ
  • ||
  • ବିପୁଳ ପରିମାଣର ବିଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଭୁଶୁଡିଯିବ ଘାଘରା ପୋଲ ! ବିପଦରେ ଶହଶହ ଯାତ୍ରୀଙ୍କ ଜୀବନ
  • ||
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୦କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୫୨୦ କୋଭିଡ୍ ପଜିଟିଭ୍, ୧୨୦୪୬୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜଧାନୀରେ କରୋନା ବେଲଗାମ୍ : ଆଉ ୧୩ ଅଞ୍ଚଳ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍
  • ||
  • ଚର୍ଚ୍ଚାରେ ବଡପୋଖରୀଆ ପଞ୍ଚାୟତ : ପ୍ରତିଦ୍ୱନ୍ଦ୍ୱିତା ହେଲାନି, ନିର୍ଦ୍ୱନ୍ଦ୍ୱରେ ଚୟନ ହେଲେ ସରପଞ୍ଚ ଏବଂ ଓ୍ୱାର୍ଡ ମେମ୍ବର
  • ||
  • ରବିବାରଠୁ ବଢିବ ବର୍ଷା, ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
  • ||
  • ପରିବା ମାର୍କେଟରେ ଅଗ୍ନିକାଣ୍ଡ, ଜଳିଗଲା ସବୁ ଦୋକାନ
  • ||

ଶ୍ରୀକ୍ଷେତ୍ରରେ ଶ୍ରୀଜୀଉ ଓ ଏକାମ୍ର କ୍ଷେତ୍ରରେ ମହାପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କଲେ ଅମିତ ଶାହ

29/02/2020 at 10:20 PM

ପୁରୀ/ଭୁବନେଶ୍ୱର ୨୯।୦୨ – ଶ୍ରୀଜିଉଙ୍କ ସହ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଆଜି ସକାଳେ ଶ୍ରୀମନ୍ଦିର ଯାଇ ପ୍ରଥମେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିଥିଲେ ଶାହା। ସ୍ବତନ୍ତ୍ର ପୂଜାର୍ଚ୍ଚନା କରି ମହାବାହୁଙ୍କ ଆଶୀର୍ବାଦ ଭିକ୍ଷା କରିଥିଲେ । ସାଙ୍ଗରେ ଥିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡ଼ଙ୍ଗୀ ଓ ପ୍ରହ୍ଲାଦ ସିଂହ ପଟେଲ୍ ।ସିଂହଦ୍ବାର ନିକଟରେ ପ୍ରଥମେ କୌଳିକ ପଣ୍ଡା ଖଣ୍ଡୁଆ ପାଟ ଦେଇ ଶାହାଙ୍କୁ ସ୍ବାଗତ କରିଥିଲେ।

କୌଳିକ ପଣ୍ଡା ରଘୁନାଥ ଗୋଛିକାରଙ୍କ ସହ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଅମିତ ଶାହା ଶ୍ରୀମନ୍ଦିର ଭିତରକୁ ଯାଇ ମହାପ୍ରଭୁଙ୍କ ଦର୍ଶନ ସହ ପୂଜାର୍ଚ୍ଚନା କରିଥିଲେ । ପରେ ମାଆ ବିମଳା ଏବଂ ମହାଲକ୍ଷ୍ମୀଙ୍କୁ ଦର୍ଶନ କରିଥିଲେ। ଏହାପରେ ମୁକ୍ତିମଣ୍ଡପ ଯାଇ ପଣ୍ଡିତମହାସଭାର ଆର୍ଶୀବାଦ ନେଇଥିଲେ । ପ୍ରାୟ ଅଧଘଣ୍ଟା ଶ୍ରୀମନ୍ଦିରରେ ବିତାଇଥିଲେ କେନ୍ଦ୍ର ଗୃହମନ୍ତ୍ରୀ। କୌଳିକ ପଣ୍ଡାଙ୍କୁ ପ୍ରଣାମୀ ଦେବା ସହ ଯାତ୍ରୀ ପୁସ୍ତିକାରେ ଦସ୍ତଖତ କରିଥିଲେ।

ଜଗନ୍ନାଥଙ୍କ ଦର୍ଶନ ପରେ ଭୁବନେଶ୍ବର ଫେରି ଶ୍ରୀଲିଙ୍ଗରାଜଙ୍କ ଦର୍ଶନ କରିଥିଲେ ଅମିତ ଶାହା। ପ୍ରାୟ ୧୧ ଟାରେ ଲିଙ୍ଗରାଜ ମନ୍ଦିରରେ ପହଞ୍ଚିଥିଲେ କେନ୍ଦ୍ରମନ୍ତ୍ରୀ । ଖୋର୍ଦ୍ଧା ଜିଲ୍ଲାପାଳ ତାଙ୍କୁ ମନ୍ଦିର ଭିତରକୁ ପାଛୋଟି ନେଇଥିଲେ। ସ୍ବତନ୍ତ୍ର ସେବାୟତଙ୍କ ସହ ଭିତରକୁ ଯାଇଥିଲେ ଶାହା। ପ୍ରଭୁ ଲିଙ୍ଗରାଜଙ୍କୁ ୧୦୮ ପଦ୍ମଫୁଲ ଦେଇ ପୂଜାର୍ଚ୍ଚନା କରିଥିଲେ। ମହାପ୍ରଭୁଙ୍କ ନିକଟରେ ଜଳାଭିଷେକ କରିଥିଲେ। ପ୍ରାୟ ୧୫ ମିନିଟ୍ ଧରି ମନ୍ଦିର ପରିସରରେ ଭ୍ରମଣ କରିଥିଲେ । ଫେରିବା ବେଳେ ଶାହାଙ୍କୁ ମନ୍ଦିର ପ୍ରଶାସନ ତରଫରୁ ଭୋଗ ଦିଆଯାଇଥିଲା ।

   Related Posts