ଗୃହମନ୍ତ୍ରୀ ଅମିତ ଶାହ କରୋନା ପଜିଟିଭ୍, ହସ୍ପିଟାଲରେ ଭର୍ତ୍ତି

Published By : Prameya-News7 Bureau | August 02, 2020 IST

ନୂଆଦିଲ୍ଲୀ, ୦୨|୦୮:  ଗୃହମନ୍ତ୍ରୀ ଅମିତ ଶାହ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏନେଇ ସେ ନିଜେ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ।

wp:html /wp:html

ଟ୍ୱିଟରେ ଶାହ କହିଛନ୍ତି ଯେ, ତାଙ୍କଠାରେ କରୋନାର ପ୍ରାରମ୍ଭିକ ଲକ୍ଷଣ ଦେଖିବାକୁ ମିଳିଥିଲା । ଏହାପରେ ଟେଷ୍ଟ କରିଥିଲେ । ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିଛି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ରହିଛି । କିନ୍ତୁ ଡାକ୍ତରଙ୍କ ପରାମର୍ଶକ୍ରମେ ସେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ।ଏହାସହ ଗତ କିଛିଦିନ ଧରି ଯେଉଁମାନେ ତାଙ୍କ ସମ୍ପର୍କରେ ଆସିଛନ୍ତି ସମସ୍ତଙ୍କୁ କ୍ୱାରେଣ୍ଟାଇନରେ ରହିବାକୁ ଶାହ ଅନୁରୋଧ କରିଛନ୍ତି ।

ସୂଚନାଯୋଗ୍ୟ, ଅମିତ ଶାହ ଆସନ୍ତା ୫ ତାରିଖରେ ଅଯୋଧ୍ୟା ଗସ୍ତ କରିଥାନ୍ତେ । ସେ ଶ୍ରୀରାମ ମନ୍ଦିର ଭୂମି ପୂଜନ କାର୍ଯ୍ୟକ୍ରମରେ ଯୋଗଦେବା ନେଇ ସ୍ଥିର ହୋଇଥିଲା । କିନ୍ତୁ ଏବେ ସେ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ତାଙ୍କର ଅଯୋଧ୍ୟା ଗସ୍ତ ବାତିଲ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.