Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଡିସେମ୍ବର ୩୧ ଯାଏଁ ଅନ୍ତରାଷ୍ଟ୍ରୀୟ ବିମାନ ସେବା ବନ୍ଦ, କରୋନା ପ୍ରଭାବ
  • ||
  • କଟକ : ବସ୍‌ ଷ୍ଟାଣ୍ଡରେ ଠିଆ ହୋଇଥିବା ବସ୍‌ରେ ଲାଗିଗଲା ନିଆଁ, କେଇ ମିନିଟ୍‌ରେ ଜଳିଗଲା ସମ୍ପୂର୍ଣ୍ଣ ବସ୍
  • ||
  • କନ୍ଧମାଳ : ଜଗାକୁ ଏକା କରି ଚାଲିଗଲା କାଳିଆ, ମା’ ଆଖିରୁ ଶୁଖୁନି ଲୁହ : ମରଶରୀର ପହଞ୍ଚିବା ପରେ ଗାଁରେ ଶୋକାକୂଳ ପରିବେଶ
  • ||
  • କୋରାପୁର : କୋରାପୁର ବସ୍ ଷ୍ଟାଣ୍ଡରୁ ୩ଲକ୍ଷରୁ ଅଧିକ ଟଙ୍କାର ନକଲି ନୋଟ୍ ଜବତ, ଜଣେ ଗିରଫ
  • ||
  • କଟକ : ବାହା ବେଦୀରୁ ବ୍ୟାଙ୍କ୍ ମ୍ୟାନେଜରଙ୍କୁ ଉଠାଇନେଲା ପୋଲିସ, IIFL ଲୁଟ୍ ଘଟଣାରେ ରହିଛି ଲିଙ୍କ୍
  • ||
  • ସୋର : ପାଣିରୁ ଉଦ୍ଧାର ହେଲା ବୃଦ୍ଧଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ପୁରୀ : ପଞ୍ଚୁକର ଦ୍ବିତୀୟ ଦିନ, ବାଙ୍କଚୁଡା ବେଶରେ ବିଭୂଷିତ ମହାପ୍ରଭୁ
  • ||
  • ଚଣ୍ଡିଖୋଲ : ନିର୍ମାଣଧୀନ ପାଣି ଟାଙ୍କି ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ, ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ
  • ||
  • କୋରାପୁଟ : କୋରାପୁଟ ଜିଲ୍ଲାରୁ ୮୫ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର
  • ||
  • ଚାକିରୀଆଙ୍କ ପାଇଁ ବଡ ଖବର: ୮ଘଣ୍ଟା ବଦଳରେ ହୋଇପାରେ ୧୨ ଘଣ୍ଟା ସିଫ୍ଟ
  • ||

ହାରିଲା କରୋନା , ଜିତିଲେ ବିଗ୍‌ ବି ; ସୁସ୍ଥ ହୋଇ ଘରକୁ ଫେରିଲେ ଅମିତାଭ

2/08/2020 at 4:37 PM

ମୁମ୍ବାଇ ୦୨।୦୮: ମେଡିକାଲରୁ ଡିସ୍‌ଚାର୍ଜ ହେଲ ବଲିଉଡ ମହାନାୟକ ଅମିତାଭ ବଚ୍ଚନ । କରୋନା ସଂକ୍ରମିତ ହେବା ପରେ ମେଡିକାଲରେ ଭର୍ତ୍ତି ହୋଇଥିଲେ । ତେବେ ଆଜି ତାଙ୍କର ଟେଷ୍ଟ ରିପୋର୍ଟ ନେଗେଟିଭ୍‌ ଆସିବା ପରେ , ତାଙ୍କୁ ମେଡିକାଲରୁ ଡିସଚାର୍ଜ କରାଯାଇଛି । ମୁମ୍ବାଇର ନାନାବତୀ ହସ୍ପିଟାଲରେ ଅମିତାଭ ବଚ୍ଚନଙ୍କ ଚିକିତ୍ସା ଜାରି ରହିଥିଲା । ତେବେ ଅମିତାଭ ବଚ୍ଚନଙ୍କ ଡିସଚାର୍ଜ ନେଇ ପୁଅ ଅଭିଷେତ ବଚ୍ଚନ ନିଜେ ଟ୍ୱିଟ୍‌ ମାଧ୍ୟମରେ ସୂଚନା ଦେଇଛନ୍ତି ।

ଜୁଲାଇ ୧୧ତାରିଖରେ ଅମିତାଭ ବଚ୍ଚନ କରୋନା ପଜିଟିଭ ଭାବେ ଚିହ୍ନଟ ହୋଇଥିଲେ । ଏହାପର ଠାରୁ ସେ ମୁମ୍ବାଇର ନାନାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ, ଏବଂ ସେଠାରେ ତାଙ୍କ ଚିକିତ୍ସା ଜାରି ରହିଥିଲା । ତେବେ ଅମିତାଭ ବଚ୍ଚନ କରୋନା ପଜିଟିଭ୍‌ ଜଣାପଡିବା ପରେ ତାଙ୍କ ପରିବାରର ସମସ୍ତଙ୍କର କୋଭିଡ଼ ଟେଷ୍ଟ କରାଯାଇଥିଲା । ପ୍ରଥମେ ପୁଅ ଅଭିଷକ ବଚ୍ଚନ କରୋନା ଆକ୍ରାନ୍ତ ଥିବା ଜଣାପଡିଥିଲା । ଏହାପରେ ତାଙ୍କ ବୋହୂ ଓ ନାତୁଣୀ ମଧ୍ୟ କରୋନା ସଂକ୍ରମିତ ହୋଇଥିଲେ । ସମସ୍ତଙ୍କ ଚିକିତ୍ସା ଜାରି ରହିଥିଲା । କିନ୍ତୁ ପୁଅ ଅଭିଷେକ ଓ ବାପା ଅମିତାଭଙ୍କୁ ମୁମ୍ବାଇର ନାନାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।

ତେବେ ଦୀର୍ଘ ଦିନ ଚିକିତ୍ସା ଜାରି ରହିବା ପରେ ବୋହୂ ଓ ନାତୁଣୀଙ୍କୁ କରୋନା ରିପୋର୍ଟ ନେଗେଟିଭ୍ ଆସିଥିଲା । ଉଭୟ କରୋନାରୁ ସୁସ୍ଥ ହୋଇଥିଲା । ଆଉ ଏବେ ଅମିତାଭ ବଚ୍ଚନଙ୍କ କରୋନା ରିପୋର୍ଟ ନେଗେଟିଭ୍‌ ଆସିଛି , ଏବଂ ତାଙ୍କୁ ମେଡିକାଲରୁ ଡିସଚାର୍ଜ ହୋଇଛନ୍ତି ବୋଲି ପୁଅ ଅଭିଷେକ ଟ୍ୱିଟ୍‌ ମାଧ୍ୟମରେ ସୂଚନା ଦେଇଛନ୍ତି । କିନ୍ତୁ ପୁଅ ଅଭିଷେକ ବଚ୍ଚନ ବର୍ତ୍ତମାନ ସୁଦ୍ଧା ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ତାଙ୍କୁ ଚିକିତ୍ସା ଜାରି ରହିଛି । ଅମିତାଭ ବଚ୍ଚନଙ୍କୁ ସୁସ୍ଥ ହେବାର ଖବର ପାଇ ପ୍ରଶଂସକମାନଙ୍କ ମନରେ ଖୁବ୍‌ ଖୁସିର ଲହରୀ ଦେଖାଦେଇଛି ।

   Related Posts