Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅଟୋକୁ ଧକ୍କା ଦେଲା କାର୍, ଜଣେ ମୃତ, ୪ ଗୁରୁତର
  • ||
  • ବାଇକ୍ ସହ ଧକ୍କା ହୋଇ ରାସ୍ତା କଡକୁ ଖସିଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ସେନେଗଲ୍‌ ଉପକୂଳ ସମୁଦ୍ରରେ ବୁଡ଼ିଗଲା ଶରଣାର୍ଥୀଙ୍କ ଡଙ୍ଗା: ୧୪୦ ଜଣଙ୍କ ମୃତ୍ୟୁ, ବଞ୍ଚିଗଲେ ୬୦
  • ||
  • ରାଜଧାନୀରୁ ଆଉ ୮୭ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୨୩୭
  • ||
  • ପୂର୍ବ ଗୋଦାବରୀରେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୬ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ୩୧ରେ ଆଉ ଏକ ଲଘୁଚାପ ! ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା
  • ||
  • ରାଉରକେଲା : ସ୍କର୍ପିଓ ଜାଳିଦେଲେ ଦୁର୍ବୃତ୍ତ, ଗାଡିରେ ଥିବା ୩ ଜଣଙ୍କୁ ନିସ୍ତୁକ ମାଡ
  • ||
  • ପରାଜୟ ଧାରା ଭାଙ୍ଗିଲା ଚେନ୍ନାଇ, ୬ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ବଚ୍ଚନ ପରିବାରର ବଙ୍ଗଳାରୁ ହଟିଲା କଣ୍ଟେନମେଣ୍ଟ ଜୋନ୍, ନୋଟିସ୍ କାଢିନେଲା ବିଏମସି

26/07/2020 at 9:28 PM

ମୁମ୍ବାଇ, ୨୬।୦୭: ଅଭିନେତା ଅମିତାଭ ବଚ୍ଚନ, ପୁତ୍ର ଅଭିଷେକ ବଚ୍ଚନ ଓ ବୋହୁ ଐଶ୍ୱର୍ଯ୍ୟା ରାୟ ବଚ୍ଚନ କରୋନା ସଂକ୍ରମିତ ହୋଇ ଚିକିତ୍ସିତ ହେଉଛନ୍ତି । ବଚ୍ଚନ ପରିବାରର ଏହି ୩ଜଣଙ୍କ ସମେତ ନାତୁଣି ଆରାଧ୍ୟା କରୋନା ସଂକ୍ରମିତ ହେବା ପରେ ସେମାନେ ରହୁଥିବା ବଙ୍ଗଳା ଜାଲସାକୁ ବମ୍ବେ ମ୍ୟୁନିସିପାଲ କର୍ପୋରେସନ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଥିଲା । ଏବେ ଏହାକୁ କଣ୍ଟେନମେଣ୍ଟ ଜୋନ୍‌ରୁ ମୁକ୍ତ କରାଯାଇଛି ।

ରବିବାର ବିଏମସି କଣ୍ଟେନମେଣ୍ଟ ଜୋନ୍ ହଟାଇଦେଇଛି । ଦୀର୍ଘ ୧୪ ଦିନ ଧରି ବଚ୍ଚନ ପରିବାରର ୪ ସଦସ୍ୟ ମୁମ୍ବାଇର ନାନାବାତୀ ହସ୍ପିଟାଲରେ କରୋନା ସଂକ୍ରମିତ ହୋଇ ଚିକିତ୍ସିତ ହେଉଛନ୍ତି ।

ସୂଚନାଯୋଗ୍ୟ, ପ୍ରଥମେ ଅମିତାଭ ବଚ୍ଚନ ଓ ପୁତ୍ର ଅଭିଷେକ ବଚ୍ଚନ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ । ପରେ ବୋହୂ ତଥା ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଓ ଝିଅ ଆରାଧ୍ୟା ମଧ୍ୟ ସଂକ୍ରମିତ ହୋଇ ଚିକିତ୍ସିତ ହେଉଛନ୍ତି ।

   Related Posts