Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିନ୍ତା ବଢାଇଲାଣି କରୋନାର ୨ୟ ଲହର : ଆଜି PM-CM ଆଲୋଚନା, କୋଭିଡ -19 ର ସ୍ଥିତି ଏବଂ ଟିକା ବିତରଣ ନେଇ ସମୀକ୍ଷା
  • ||
  • ଚିନ୍ତା ଘାରୁଛି କରୋନା ମୃତ୍ୟୁ, ସେପଟେ ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୯୧୩ ସଂକ୍ରମିତ
  • ||
  • ଚାଷୀଙ୍କୁ କେନ୍ଦ୍ର ସରକାରଙ୍କ ସହାୟତା ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍: ଲେଖିଲେ, ଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ ୬୦ ହଜାର ୮୩୬ କୋଟି ଟଙ୍କା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ରାଜ୍ୟର ୬ ବିଶ୍ବବିଦ୍ୟାଳୟରେ ନୂଆ କୁଳପତି ନିଯୁକ୍ତି: ଜାଣନ୍ତୁ କିଏ, କେଉଁଠି
  • ||
  • ନାବାଳିକାକୁ ଦୁଷ୍କର୍ମ ପରେ ବିଷ ଦେଇ ହତ୍ୟା କରିଥିଲା ସଂପର୍କୀୟ କକା: ଏମିତି ଅଭିଯୋଗ ନେଇ ଜିଲ୍ଲାପାଳଙ୍କୁ ଘେରିଲେ ମହିଳା
  • ||
  • ମାଲକାନଗିରି : ଜମିବାଡି ବିବାଦରୁ ହତ୍ୟାକାଣ୍ଡ ! ହତ୍ୟା କରି ଫିଙ୍ଗିଦେଲେ ଘର ଆଗରେ
  • ||
  • ଭୁବନେଶ୍ବର : ଓଟିଭିରୁ ଇସ୍ତଫା ଦେଲେ ନିହାର ରଞ୍ଜନ ଭୂୟାଁ
  • ||

ବେପାରୁଆ ଗାଡିଚାଳନା : ଟ୍ରକକୁ ପଛରୁ ପିଟିଲା ଆମ୍ବୁଲାନ୍ସ, ୪ ଗୁରୁତର

4/09/2020 at 7:28 AM

ଜଳେଶ୍ୱର ୦୪।୦୯:  ଟ୍ରକ ପଛକୁ ପିଟିଲା ଆମ୍ବୁଲାନ୍ସ । ବାଲେଶ୍ୱର ଜିଲ୍ଲା ୬୦ ନମ୍ବର ଜାତୀୟ ରାଜପଥ ରୁପ୍‌ସା ଥାନା ମିରିଗୀମୁଣ୍ଡି ଛକ ନିକଟକେ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଚାରି ଜଣ ଗୁରୁତର ଥିବା ଜଣାପଡିଛି । ସମସ୍ତ ଗୁରୁତରଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ସୂଚନାଯୋଗ୍ୟ ଯେ, ରୋଗୀ ସହିତ ଚାରିଜଣଙ୍କୁ ନେଇ ଏକ ଆମ୍ବୁଲାନ୍ସ ମେଡିକାଲକୁ ଯାଉଥିଲା । କିନ୍ତୁ ବିଳମ୍ବିତ ରାତିରେ ଡ୍ରାଇଭରଙ୍କ ବେପାରୁଆ ଗାଡ଼ି ଚାଳନା ଯୋଗୁଁ ରାସ୍ତା କଡ଼ରେ ଛିଡା ହୋଇଥିବା ଟ୍ରକକୁ ପଛ ପଟୁ ପିଟିଲା ଆମ୍ବୁଲାନ୍ସ ।

ଯାହାଫଳରେ କି ଗାଡିରେ ଜଣେ ରୋଗୀଙ୍କ ସହ ଥିବା ସମ୍ପକୀୟ ଓ ଆଶାଦିଦି ଗୁରୁତର ହୋଇଥିବା ଜଣାପଡିଛି । ଘଟଣାସ୍ଥଳରେ ଖବର ପାଇ ରୁପ୍‌ସା ଥାନା ପୋଲିସ ପହଞ୍ଚି ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି ।

   Related Posts