Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାର୍ତ୍ତିକ ମାସର ପ୍ରଥମ ସୋମବାରରେ ଧବଳେଶ୍ଵର ପୀଠରେ ୧୪୪ ଧାରା ଜାରି
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||
  • ଭୁବନେଶ୍ବର : ବିନା ଛୁଞ୍ଚିରେ ଟିକା ନେବେ ଶିଶୁ, ଦୁଇଟି ଡୋଜ୍ ନେବା ପାଇଁ ପରାମର୍ଶ
  • ||

କରୋନା ଯୋଦ୍ଧା ମିଶନ ଶକ୍ତି ମାଆଙ୍କୁ ପ୍ରୋତ୍ସାହନ: ମିଲ୍ ପିଚ୍ଛା ମିଳିବ ଅତିରିକ୍ତ ୨ ଟଙ୍କା

5/05/2020 at 3:44 PM

ଭୁବନେଶ୍ବର୫/୫: ରାଜ୍ୟରେ କୋରୋନା ମୁକାବିଲାର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭିଡିଓ କନଫରେନ୍ସିଂ ଜରିଆରେ ରାଜ୍ୟରେ କରୋନା ସଂକ୍ରମଣ ଏବଂ ଏହାସହ ଜଡିତ ପରିସ୍ଥିତି ସଂପର୍କରେ ବରିଷ୍ଠ ଅଧିକାରୀଙ୍କ ସହ ସମୀକ୍ଷା କରିଛନ୍ତି । ସମୀକ୍ଷା ପରେ ବିଭିନ୍ନ ପ୍ରସଙ୍ଗ ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ସେହିପରି ଶିଳ୍ପ ସଂସ୍ଥା ଗୁଡିକର ସମସ୍ୟାର ସମାଧନ ପାଇଁ ଏକ ଆଦର୍ଶ ନୀତି ପ୍ରଣୟନ କରାଯିବ। ଏହାସହ ଚାଷୀ ଓ ଏସ୍‌ଏଚ୍‌ଜି ମାନଙ୍କ ଋଣ ସହାୟତା ବୃଦ୍ଧି କରାଯିବ। ମିଶନ ଶକ୍ତିର ମାଆମାନେ ଏଠି କଠିନ ପରିସ୍ଥିତିରେ ଏକ କୋଟିରୁ  ଅଧିକ ମିଲ୍ ଯୋଗାଇ ସାରିଲେଣି। ତେଣୁ ସେମାନଙ୍କୁ ମିଲ୍ ପିଚ୍ଛା ୨ ଟଙ୍କା ଲେଖାଏଁ ପ୍ରୋତ୍ସାହନ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ଯୋଗାଇ ଦିଆଯିବ। ଗଞ୍ଜାମ, କେନ୍ଦ୍ରପଡ଼ା, ଭଦ୍ରକ, ବଲାଙ୍ଗୀର, ଯାଜପୁର ଓ ବାଲେଶ୍ବର ପରି ଜିଲ୍ଲା ଯେଉଁଠାରେ କି ଅଧିକ ଲୋକ ବାହାରେ କାମ କରୁଛନ୍ତି। ତା ଉପରେ ସ୍ବତନ୍ତ୍ର ସୃଷ୍ଟି ଦିଆଯିବ। ଏହାସହ ଆଗାମୀ ଖରିଫ ଋତୁ ପାଇଁ ବିହନ ଏବଂ ଅନ୍ୟାନ୍ୟ କୃଷି ଉପକରଣ ଯେପରି ସୁବିଧାରେ ଚାଷୀମାନେ ପାଇ ପାରିବେ। ସେ ଦିଗରେ ପଦକ୍ଷେପ ନିଆଯିବ।

ସମୀକ୍ଷାରୁ ଜଣାଯାଇଛି ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଦୈନିକ ୩୫୦୦ ଟେଷ୍ଟିଂ କରାଯାଉଛି। ଆଗମୀ ଦିନରେ ବାରିପଦା, ବାଲେଶ୍ବର, କୋରାପୁଟ ଓ ବାଲାଙ୍ଗୀରରେ ମଧ୍ୟ ଟେଷ୍ଟିଂ ସୁବିଧାରେ ବିକାଶ କରାଯିବ। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୪୬ ହଜାର ଟେଷ୍ଟିଂ ହୋଇଥିବା ବେଳେ ଏଥିମଧ୍ୟରୁ ୧୭୦ଟି ପଜିଟିଭ ଆସିଛି। ସାରା ଦେଶରେ ପ୍ରତି ୧୦ ଲକ୍ଷରେ ୮୮୩ଟି ଟେଷ୍ଟିଂ ହେଉଥିବା ବେଳେ ପ୍ରତି ୧୦ ଲକ୍ଷରେ ହଜାର ଟେଷ୍ଟିଂ କରାଯାଉଛି।

   Related Posts