କୋଟିଆରେ ପୁଣି ଆନ୍ଧ୍ରର ଦାଦାଗିରି, ନିର୍ବାଚନ ଲାଗି ପ୍ରକାଶ ପାଇଲା ବିଜ୍ଞପ୍ତି
5/04/2021 at 10:29 AM

ଜୟପୁର ୫।୪: କୋଟିଆରେ ନିର୍ବାଚନ ପାଇଁ ପୁଣି ଆନ୍ଧ୍ରର ବିଜ୍ଞପ୍ତି । ପଞ୍ଚାୟତ ନିର୍ବାଚନ ପରେ ଏବେ ମଣ୍ଡଳ ଓ ଜିଲ୍ଲା ପରିଷଦ ନିର୍ବାଚନ କରିବାକୁ ବିଜ୍ଞପ୍ତି ଜାରି କରିଛନ୍ତି ଆନ୍ଧ୍ର ପ୍ରଦେଶ ନିର୍ବାଚନ କମିଶନ। ଅପ୍ରେଲ ୧ ତାରିଖରେ ଏହି ବିଜ୍ଞପ୍ତି ଜାରି ହୋଇଥିବା ବେଳେ ଆସନ୍ତା ୮ ତାରିଖରେ ଭୋଟ୍ ଗ୍ରହଣ ହେବ। ୧୦ ତାରିଖରେ ଭୋଟ୍ ଗଣତି କରାଯିବ। କୋଟିଆର ତଳଗଂଜେଇପଦରକୁ ଗଂଜେଇ ଭାଦ୍ରା ନାମକରଣ କରି ନିର୍ବାଚନ କରିବାକୁ ବିଜ୍ଞପ୍ତି ପ୍ରକାଶ ପାଇଛି।
ସେପଟେ ପାଟୁଚେନୁରୁରେ ମଧ୍ୟ ନିର୍ବାଚନ ପାଇଁ ମଧ୍ୟ ବିଜ୍ଞପ୍ତି ପ୍ରକାଶ ପାଇଛି । ଗଂଜେଇଭାଦ୍ରା ପାଇଁ ଦୁଇ ଜଣ ପ୍ରାର୍ଥୀ ମୈଦାନରେ ଅଛନ୍ତି । ପୂର୍ବରୁ କୋଟିଆରେ ଆନ୍ଧ୍ରର ପଞ୍ଚାୟତ ନିର୍ବାଚନକୁ ବିବାଦ ଥମି ନଥିବାବେଳେ ଆନ୍ଧ୍ର ମଣ୍ଡଳ ଓ ଜିଲ୍ଲା ପରିଷଦ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି । ଗତ ଫେବ୍ରୁଆରୀ ୧୩ ତାରିଖରେ ଆନ୍ଧ୍ର କୋଟିଆରେ ଏହି ସବୁ ଅଞ୍ଚଳରେ ଜୋରଜବରଦସ୍ତ ନିର୍ବାଚନ କରାଇଥିଲା। ଅଦାଲତଙ୍କ ପୂର୍ବ ନିର୍ଦ୍ଦେଶକୁ ନମାନି ନିର୍ବାଚନ କରାଇଥିବାରୁ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ ଓଡିଶା ସରକାର ।