Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୌଦ୍ଧ : ଅଟୋକୁ ଧକ୍କା ଦେଲା ହାଇଓ୍ବା : ଚାଲିଗଲା ମା’, ପୁଅ ଓ ଝିଅଙ୍କ ଜୀବନ
  • ||
  • ବ୍ରହ୍ମପୁର : ପଛରୁ ଆସି ଝାମ୍ପି ନେଲେ ୨ଲକ୍ଷ ଟଙ୍କା, ଲୁଟେରାଙ୍କ ଆକ୍ରମଣରେ ବାଇକ ଆରୋହୀ ଗୁରୁତର
  • ||
  • ବ୍ରହ୍ମପୁର : ୪୫ଗ୍ରାମର ବ୍ରାଉନସୁଗାର ଜବତ, ଜଣେ ଗିରଫ
  • ||
  • ନବରଙ୍ଗପୁର : ଭିଜିଲାନ୍ସ ଜାଲରେ ଜିଆର୍‌ଏସ୍‌, ଘରୁ ଜବତ ହେଲା ନଗଦ ୧୭ଲକ୍ଷରୁ ଅଧିକ ଟଙ୍କା
  • ||
  • ବ୍ରହ୍ମପୁରରେ ନକଲି ଲଙ୍କାଗୁଣ୍ଡ କାରଖାନା ଠାବ, ବିପୁଳ ପରିମାଣର ସାମଗ୍ରୀ ଜବତ
  • ||
  • ମୋହନା : ଅପରେସନ୍ ଗ୍ରୀନ କ୍ଲିନ୍, ପୁଣି ୧୨ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ
  • ||
  • ପୁରୀ : ପ୍ରତିକ୍ଷାର ଅନ୍ତ, ଆଜିଠୁ ବିନା କୋଭିଡ଼ ରିପୋର୍ଟରେ କାଳିଆ ଦର୍ଶନ
  • ||
  • ଆମେରିକାର ପ୍ରଥମ ମହିଳା ଉପରାଷ୍ଟ୍ରପତି ହେଲେ କମଳା ହ୍ୟାରିସ୍
  • ||
  • ଆମେରିକାର ୪୬ ତମ ରାଷ୍ଟ୍ରପତି ଭାବେ ଶପଥ ନେଲେ ଜୋ ବାଇଡେନ୍‌
  • ||
  • ଆମେରିକାର ଉପ ରାଷ୍ଟ୍ରପତି ଭାବେ ଶପଥ ନେଲେ କମଳା ହ୍ୟାରିସ୍‌
  • ||

କୋଇଲା ଖଣିରେ ମାଟି ଧସିବା ଘଟଣା : ଆଜି ଜଣେ ଶ୍ରମିକଙ୍କ ମୃତଦେହ ଉଦ୍ଧାର, ଆହୁରି ୨ରୁ ୩ଜଣ ଫସି ରହିଥିବା ଆଶଙ୍କା

26/07/2019 at 10:59 AM

ଅନୁଗୋଳ ୨୬|୭: ତାଳଚେର ଭରତପୁର କୋଇଲା ଖଣିରେ ମାଟି ଦବିବା ଘଟଣାରେ ଆଜି ତୃତୀୟ ଦିନରେ ମଧ୍ୟ ପୁଣି ଥରେ ରେସକ୍ୟୁ ଅପରେସନ ସକାଳୁ ଆରମ୍ଭ ହୋଇଛି। ଆଜି ଆଉ ଏକ ମୃତଦେହ ଉଦ୍ଧାର କରାଯାଇଛି । ଏହାକୁ ମିଶାଇ ୨ଟି ମୃତଦେହ ଉଦ୍ଧାର କରାଯାଇଛି । ଏବେ ବି ଆହୁରି ୨ରୁ ୩ ଜଣ ଶ୍ରମିକ ମାଟିତଳେ ଫଶି ରହିଥିବା ଅନୁମାନ କରାଯାଉଛି ।

୩୦ଜଣିଆ ଏନଡିଆରଏଫ ଟିମ ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି । ତାଙ୍କ ସହିତ ମାଇନ୍ସ ରେସକ୍ୟୁ ଟିମ ମଧ୍ୟ ସାମିଲ ଅଛନ୍ତି । ତେବେ ବର୍ଷା ହେଲେ ଉଦ୍ଧାର କାର୍ଯ୍ୟ ବାଧାପ୍ରାପ୍ତ ହୋଇପାରେ । ଗତକାଲି ବର୍ଷା ଯୋଗୁଁ ୪ଘଣ୍ଟା ଉଦ୍ଧାର କାର୍ଯ୍ୟ ବନ୍ଦ ଥିଲା ।

ତେବେ ତାଳଚେର ବିଧାୟକ ଘଟଣା ସ୍ଥଳରେ ଉଦ୍ଧାର କାର୍ଯ୍ୟରେ ସହଯୋଗ କରୁଛନ୍ତି । ସେପଟେ ଖଣି ସୁରକ୍ଷା ଦାବି ନେଇ ବିଜେପି କର୍ମୀମାନେ ତାଳଚେରର ସମସ୍ତ ଖଣିକୁ ବନ୍ଦ କରିଛନ୍ତି । କଂଗ୍ରେସ  ମଧ୍ୟ ସମାନ ଦାବିରେ ରାଜରାସ୍ତାକୁ ଓହ୍ଲାଇଛି । ଅନୁଗୁଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଛି । ଖଣିବନ୍ଦ ଯୋଗୁଁ ଉତ୍ପାଦନ ଓ ପରିବହନ ସମ୍ପୂର୍ଣ୍ଣ ବନ୍ଦ ରହିଛି ।

   Related Posts