Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟୋକିଓ ଅଲିମ୍ପିକ୍ସରେ ସ୍ଥାନ ପାଇବ ପଶ୍ଚିମ ଓଡିଶାର କଳାକୃତୀ, ୮ ଓଡିଆ କଳାକାର ହାସଲ କଲେ ସଫଳତା
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୫ ଜଣଙ୍କ ଜୀବନ
  • ||
  • ଆଉ ଏକ ଲଘୁଚାପ, ୩୦ ଯାଏଁ ସାରା ରାଜ୍ୟରେ ବର୍ଷା
  • ||
  • ବରଗଡ଼ : ଗାଁ ମୁଣ୍ଡରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ନା ଆଉ କିଛି ?
  • ||
  • ମାଷ୍ଟରକ୍ୟାଣ୍ଟିନ୍‌ ଛକରୁ ମିଳିଲା ମୃତଦେହ, ଶାଢୀରେ ଝୁଲିପଡିଲେ ଯୁବକ
  • ||
  • ଦିନେ ବଢିବା ପରେ ପୁଣି କମିଲା ସଂକ୍ରମଣ : ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୧୬୧୫ କରୋନା ପଜିଟିଭ୍
  • ||

ରାଜ୍ୟରେ ପ୍ରାଣ ହରାଇଲେ ଆଉ ୧୦ କରୋନା ସଂକ୍ରମିତ, ମୋଟ୍ ମୃତ୍ୟୁ ସଂଖ୍ୟା ୧୮୭କୁ ବୃଦ୍ଧି

1/08/2020 at 10:33 AM

ଭୁବନେଶ୍ୱର ୧।୮: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ଆଉ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୫ ଜଣ, ଭୁବନେଶ୍ବରରୁ ୨ ଜଣ, ସୁନ୍ଦରଗଡ ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଏବଂ ଗଜପତି ଜିଲ୍ଲାରୁ ଜଣେ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୪୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୨୭୩୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୦୫୧୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୭ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩୮ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୫୨୮୭୦୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts