ରାଜ୍ୟରେ ସୁସ୍ଥହେଲେ ଆଉ ୧୦,୩୦୯ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ

Published By : Prameya-News7 Bureau | January 24, 2022 IST

ଭୁବନେଶ୍ବର ୨୪/୦୧ : ରାଜ୍ୟରେ ଗୋଟିଏ ପଟେ ଦୈନିକ କୋଭିଡ୍‌ ସଂକ୍ରମଣ ଗ୍ରାଫ୍‌ ଧିରେଧିରେ ଖସୁଥିବା ବେଳେ ସୁସ୍ଥ ହାର ବୃଦ୍ଧିପାଇଛି। ସୋମବାର ରାଜ୍ୟରେ ପୁଣି ୧୦ ହଜାର ପାର୍‌ କରିଛି ସୁସ୍ଥ ସଂଖ୍ୟା । ଆଜି ରାଜ୍ୟରେ ୧୦,୩୦୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୧ ଲକ୍ଷ ୩୧ ହଜାର ୯୧୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୩୧୧୫ ଜଣ ରହିଥିବା ବେଳେ ସୁନ୍ଦରଗଡରୁ ୧୪୧୫ ଜଣ ସୁସ୍ଥ ହୋଇଛନ୍ତି । ଅନ୍ୟ ଜିଲ୍ଲାଗୁଡିକରେ ସୁସ୍ଥ ହାର ଏକ ହଜାର ତଳେ ରହିଛି ।

wp:embed {"url":"https://twitter.com/HFWOdisha/status/1485595130535251968?cxt=HHwWgMDUuc658p0pAAAA","type":"rich","providerNameSlug":"twitter","responsive":true}
https://twitter.com/HFWOdisha/status/1485595130535251968?cxt=HHwWgMDUuc658p0pAAAA
/wp:embed wp:embed {"url":"https://twitter.com/HFWOdisha/status/1485595135044108288","type":"rich","providerNameSlug":"twitter","responsive":true}
https://twitter.com/HFWOdisha/status/1485595135044108288
/wp:embed

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.