Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୫୫ କରୋନା ସଂକ୍ରମିତ, ୧୦୫୦୭୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ସୁନ୍ଦରଗଡ : ସ୍ୱାମୀ ସାଜିଲା ସୈତାନ୍, କୁରାଢି ଚୋଟରେ ନେଇଗଲା ସ୍ତ୍ରୀର ଜୀବନ
  • ||
  • ୬ ଦିନିଆ ରିମାଣ୍ଡରେ ଆସିବ ଠକ ପ୍ରଜ୍ଞା, ଅନୁମତି ଦେଲେ ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟ
  • ||
  • ଘୋଷଣା ହେଲା ଜ୍ଞାନପୀଠ ପୁରସ୍କାର : ୨୦୨୧ ପାଇଁ ନୀଳମଣି ଫୁକନ, ୨୦୨୨ ପାଇଁ କୌଙ୍କଣୀ ସାହିତ୍ୟିକ ଦାମୋଦେର ମୌଜଙ୍କୁ ସମ୍ମାନ
  • ||

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୧୩୪୭ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ

4/06/2021 at 7:35 PM

ଭୁବନେଶ୍ବର ୦୪/ ୦୬ : ରାଜ୍ୟରେ ସୁସ୍ଥ ହେଲେ ଆଉ ୧୧, ୩୪୭ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୭ ଲକ୍ଷ ୨୪ ହଜାର ୪୦୨ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୮୦୧ ଜଣ ରହିଛନ୍ତି ।

ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୭୨୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୯୮୬୯୯ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩୩୧ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୩୩୯୮ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ୮୨୬୭୯ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୧୩୦୫୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୨୦୪୦୮୩୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts