Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ପୁରୀରୁ ଆଉ ୧୨ କରୋନା ସଂକ୍ରମିତ ଚିହ୍ନଟ

1/07/2020 at 11:13 AM

ପୁରୀ ୧।୭: ପୁରୀରେ ଆଉ ୧୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏ ନେଇ ପୁରୀ ଜିଲ୍ଲା ପ୍ରାଶାସନ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ସୂଚନା ଅନୁଯାୟୀ ଗତ ସପ୍ତାହକ ମଧ୍ୟରେ ୫୫୬୯ କୋଭିଡ୍ -୧୯ ସାମ୍ପଲ ଟେଷ୍ଟ ପାଇଁ ସଂଗ୍ରହ କରାଯାଇଥିଲା । ସେଥି ମଧ୍ୟରୁ ମାତ୍ର ୧୨ ଜଣ ରିପୋର୍ଟ ପଜିଟିଭ୍ ଥିବା ସ୍ପଷ୍ଟ ହୋଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କୁ କୋଭିଡ୍ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ସଂକ୍ରମିତ ଚିହ୍ନଟ ହୋଇଥିବା ଅଞ୍ଚଳକୁ କଣ୍ଟେନମେଣ୍ଟ ଅଞ୍ଚଳ କରାଯାଇ ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି ।

ଅନ୍ୟପଟେ ଆଜି ଶ୍ରୀଜିଉଙ୍କ ବାହୁଡା ଯାତ୍ରା ଅନୁଷ୍ଠିତ ହେଉଛି । ଯେଉଁ ସେବାୟତମାନଙ୍କର କୋଭିଡ୍-୧୯ ଟେଷ୍ଟ ରିପୋର୍ଟ ନେଗେଟିଭ୍ ଆସିଛି ସେମାନେ ବାହୁଡା ଯାତ୍ରା ଏବଂ ଅନ୍ୟାନ୍ୟ ନୀତକାନ୍ତିରେ ସାମିଲ୍ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ସମସ୍ତ ସେବାୟତଙ୍କର କୋଭିଡ୍ ପରୀକ୍ଷା କରାଯାଇଥିଲା ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ଆଉ ୨୫୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୩୧୬ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୮ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ୪୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଆହୁରି ପଢନ୍ତୁ : ରାଜ୍ୟରେ ଆଉ ୨୫୧ କରୋନା ଆକ୍ରାନ୍ତ ଚିହ୍ନଟ , ୭୩୧୬ରେ ପହଞ୍ଚିଲା ମୋଟ୍ ସଂକ୍ରମିତଙ୍କ ସଂଖ୍ୟା

   Related Posts