Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର ; ବ୍ରହ୍ମପୁର ବଡବଜାର ଥାନା ଅନ୍ତର୍ଗତ ଗଣେଶ ନଗରରେ ପୁଲିସ୍ ର ଚଢାଉ
  • ||
  • ନକଲି ଟମାଟ, ଚିଲି, ସୋୟା ସୋସ୍ ୟୁନିଟ୍ ଉପରେ ଚଢାଉ
  • ||
  • କେତେ ପରିମାଣର ନକଲି ସାମଗ୍ରୀ ଜବତ, ତାହା ତଦନ୍ତ ପରେ ଜଣାପଡିବ ବୋଲି ପୁଲିସର ସୂଚନା
  • ||
  • ବରଗଡ଼ରେ ବିରାଟ ଚାଷୀ ସମାବେଶ, ଯୋଗଦେଲେ ୧୦ ଜିଲ୍ଲାର ୫ ହଜାର କୃଷକ
  • ||
  • ଜୟପୁର : ଜୟପୁର କୋଟପାଡରେ ନକଲି ବିଦେଶୀ ମଦ କରାଖାନା ଠାବ, ବିପୁଳ ପରିମାଣର ନକଲି ମଦ
  • ||
  • ଜଳେଶ୍ଵର : STFର ଚଢାଉ ବେଳେ ଜଳେଶ୍ୱର ବଜାରରୁ ନକଲି ପାନ ମସଲା ଜବତ, ଦୁଇ ଅଟକ
  • ||
  • ଜଳେଶ୍ଵର : ଜଳେଶ୍ଵର ଝାଡ଼େଶ୍ୱରପୁର ବସ୍ତିରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଫେରାର
  • ||
  • ବଲାଙ୍ଗୀର : ବୋଲେରୋ ଧକ୍କାରେ ସାଇକେଲ୍ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୪ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • କଟକ ନେତାଜୀ ବସ୍ ଟର୍ମିନାଲର ଶିଳାନ୍ୟାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||

ରାଜ୍ୟରେ ୨୪ ଘଣ୍ଟାରେ ସୁସ୍ଥ ହେଲେ ୧୨୫୫ କରୋନା ସଂକ୍ରମିତ, ଗଞ୍ଜାମରୁ ସର୍ବାଧିକ

5/08/2020 at 4:53 PM

ଭୁବନେଶ୍ୱର ୫।୮: ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ ଅଧିକ ସଂଖ୍ୟକ ସଂକ୍ରମିକ ମଧ୍ୟ ସୁସ୍ଥ ହେବାରେ ଲାଗିଛନ୍ତି । ମଙ୍ଗଳବାର ୧୨୫୫ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରଜ୍ୟରେ ମୋଟ୍ ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୨୫୭୩୭କୁ ବୃଦ୍ଧି ପାଇଛି ।

ଗଞ୍ଜାମରୁ ସର୍ବାଧିକ ୪୮୫ ଜଣ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧାରୁ ୧୨୫, ସୁନ୍ଦରଗଡରୁ ୧୨୨, ସମ୍ବଲପୁରରୁ ୧୦୭, ପୁରୀରୁ ୭୫, ମୟୁରଭଞ୍ଜରୁ ୪୩, କଟକରୁ ୪୦, ଜଗତସିଂହପୁରରୁ ୨୯, କନ୍ଧମାଳରୁ ୨୮, ବାଲେଶ୍ୱରରୁ ୨୭, ବଲାଙ୍ଗୀରରୁ ୨୪, କୋରାପୁଟରୁ ୨୨, ଅନୁଗୋଳରୁ ୨୦, ନବରଙ୍ଗପୁରରୁ ୧୮, ଗଜପତିରୁ ୧୬, ନୟାଗଡରୁ ୧୪, କେନ୍ଦ୍ରାପଡାରୁ ୧୨, ମାଲକାନଗିରିରୁ ୧୧, ଭଦ୍ରକରୁ ୧୦, କଳାହାଣ୍ଡିରୁ ୮, ନୂଆପଡାରୁ ୬, ଯାଜପୁରରୁ ୫, ଢେଙ୍କାନାଳରୁ ୪, ଝାରସୁଗୁଡାରୁ ୩ ଏବଂ କେନ୍ଦୁଝରରୁ ଜଣେ ସଂକ୍ରମିତ ସୁସ୍ଥ ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୯୦୧୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୨୬୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୫୭୩୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୨୨୫ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୪୪ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୫୮୫୫୦୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts