ରାଜ୍ୟରେ ସର୍ବାଧିକ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ, ମୋଟ ମୃତ୍ୟୁ ସଂଖ୍ୟା ୨୪୭କୁ ବୃଦ୍ଧି

Published By : Prameya-News7 Bureau | August 07, 2020 IST

ଭୁବନେଶ୍ବର ୭।୮: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୨ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୪୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ମୃତ ୧୨ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୩ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ, ମୟୁରଭଞ୍ଜ, କେନ୍ଦ୍ରାପଡା, ସମ୍ବଲପୁର, ଭଦ୍ରକ, ଢେଙ୍କାନାଳ, ଗଜପତି ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ମୟୂରଭଞ୍ଜ ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ ।

wp:html /wp:html

କେନ୍ଦ୍ରାପଡା ଜିଲ୍ଲାର ଜଣେ ୩୬ ବର୍ଷ ବୟସ୍କ ପୁରୁଷ ଯିଏ କ୍ରୋନିକ୍ କିଡନୀ ରୋଗରେ ପୀଡିତ ଥିଲେ । ସମ୍ବଲପୁର ଜିଲ୍ଲାର ଜଣେ ୭୮ ବର୍ଷ ବୟସ୍କା ମହିଳା ଯିଏ କ୍ରୋନିକ୍ ଅବଷ୍ଟ୍ରକ୍ଟିଭ୍ ଫୁସଫୁସ ରୋଗରେ ମଧ୍ୟ ପୀଡିତ ଥିଲେ ।

wp:html /wp:html

ଭଦ୍ରକ ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ । ଢେଙ୍କାନାଳ ଜିଲ୍ଲାର ଜଣେ ୬୧ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ । ସୁନ୍ଦରଗଡ ଜିଲ୍ଲାର ଜଣେ ୭୭ ବର୍ଷ ବୟସ୍କ ପୁରୁଷ ।

wp:html /wp:html

ସୁନ୍ଦରଗଡ ଜିଲ୍ଲାର ଅନ୍ୟ ଜଣେ ୭୭ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ କ୍ରୋନିକ୍ କିଡନୀ ରୋଗରେ ପୀଡିତ ଥିଲେ । ସୁନ୍ଦରଗଡ ଜିଲ୍ଲାର ଜଣେ ୬୬ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ କ୍ରୋନିକ୍ ଅବଷ୍ଟ୍ରକ୍ଟିଭ୍ ଫୁସଫୁସ ରୋଗରେ ପୀଡିତ ଥିଲେ ।

wp:html /wp:html

ଗଞ୍ଜାମ ଜିଲ୍ଲାର ଜଣେ ୫୨ ବର୍ଷ ବୟସ୍କ ପୁରୁଷ । ଗଞ୍ଜାମ ଜିଲ୍ଲାର ଜଣେ ୫୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ । ଗଞ୍ଜାମ ଜିଲ୍ଲାର ଜଣେ ୬୨ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ ।

wp:html /wp:html

ଗଜପତି ଜିଲ୍ଲାର ଜଣେ ୩୪ ବର୍ଷ ବୟସ୍କ ପୁରୁଷ ଯିଏ କ୍ରୋନିକ୍ କିଡନୀ ରୋଗରେ ପୀଡିତ ଥିଲେ ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୨୫୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫୩୭୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୬୮୮୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୨୪୭ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୪୫ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୧୬୬୪୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.