Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୩୦୩ କରୋନା ଆକ୍ରାନ୍ତ, କିନ୍ତୁ କରୋନା ଗ୍ରାଫ୍‌ ଉପର ମୁହାଁ

17/04/2021 at 8:36 PM

ଭୁବନେଶ୍ବର ୧୭/୦୪ : ରାଜ୍ୟରେ ହଜାରେ ଟପିଛି ସୁସ୍ଥଙ୍କ ସଂଖ୍ୟା । ଶନିବାର ମୋଟ ୧୩୦୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ଏଥି ସହିତ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୩ ଲକ୍ଷ ୪୪ ହଜାର ୮୨୫କୁ ବୃଦ୍ଧି ପାଇଛି ।

ଶନିବାର ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ନୂଆପଡାରୁ ସର୍ବାଧିକ ୨୩୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିଭଳି ଖୋର୍ଦ୍ଧାରୁ ୧୪୯, ସୁନ୍ଦରଗଡ ୧୩୧, ଅନୁଗୁଳ ୭୩, କେନ୍ଦୁଝର ୬୪, ବରଗଡ ଓୁ ଗଞ୍ଜାମରୁ ୫୪, ମୟୁରଭଞ୍ଜ ୫୨, କଟକ ୫୦, ସମ୍ବଲପୁର ୪୭, ପୁରୀ ୪୫, ବଲାଙ୍ଗିର ଓ ରାୟଗଡାରୁ ସର୍ବାଧିକ ୪୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିଭଳି କଳାହାଣ୍ଡିରୁ ୪୩, ଝାରସୁଗୁଡାରୁ ୩୨, ନବରଙ୍ଗପୁର ୨୭, ଯାଜପୁର ୨୬, ବାଲଶ୍ବର ୨୨, ଭଦ୍ରକ ୧୭, ଗଜପତି ୧୪, ନୟାଗଡ ୧୦, କନ୍ଧମାଳ ଓ କେନ୍ଦ୍ରାପଡାରୁ ୯ ଜଣ, ଜଗତସିଂପୁର ୭, ଦେବଗଡ ୬, କୋରାପୁଟ ଓ ସୋନପୁର ୪, ମାଲକାନାଗିରି ୧ ଏବଂ ଷ୍ଟେଟ୍‌ ପୋଲରୁ ୩୨ ଜଣ ସୁସ୍ଥ ହୋଇଛନ୍ତି ।

ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୧୪୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୬୪୫୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୪୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକ ୪ ଜଣ ବଲାଙ୍ଗୀର, ଝାରସୁଗୁଡା, କଳାହାଣ୍ଡି ଓ ସମ୍ବଲପୁର ଜିଲ୍ଲାର ।

   Related Posts