Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ଆଜି ସୁସ୍ଥ ହେଲେ ଆଉ ୧୭୪୦ ଆକ୍ରାନ୍ତ, ରାଜ୍ୟରେ ବଢୁଛି କରୋନା ଗ୍ରାଫ୍‌

20/04/2021 at 7:06 PM

ଭୁବନେଶ୍ବର ୨୦/୦୪ : ରାଜ୍ୟରେ ସୁସ୍ଥ ହୋଇଛନ୍ତି ଆଉ ୧୭୪୦ କରୋନା ଆକ୍ରାନ୍ତ । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ଦିଆଯାଇଛି । ମଙ୍ଗଳବାର ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୪୯ ହଜାର ୩୭୭ ସଂକ୍ରମିତ କରୋନାକୁ ମାତ ଦେଲେଣି । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ନୂଆପଡାରୁ ସର୍ବାଧିକ ୩୩୬ ଜଣ ସୁସ୍ଥ ହୋଇଛନ୍ତି ।

ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୭୬୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୭୭୪୬୪ ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭୮୫ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୯୭୬ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୨୭୮୨୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୪୭୬୩୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୬୬୮୪୦୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts