ଭୁବନେଶ୍ବର୦୨/୦୮ : ରାଜ୍ୟରେ ସୁସ୍ଥ ହେଲେ ଆଉ ୧୭୮୫ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୯ ଲକ୍ଷ ୬୦ ହଜାର ୩୮୬ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୪୭୬ ଜଣ ରହିଛନ୍ତି ।
wp:embed {"url":"https://twitter.com/HFWOdisha/status/1422193949108707332","type":"rich","providerNameSlug":"twitter","responsive":true} /wp:embed wp:embed {"url":"https://twitter.com/HFWOdisha/status/1422193954888458253","type":"rich","providerNameSlug":"twitter","responsive":true} /wp:embedପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୦୩୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୭୯୭୩୭ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୫୯୮କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୪୩୪ ଜଣ ଲୋକାଲ୍ କେସ୍ ରହିଛନ୍ତି । ୧୫୦୫୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯ ଲକ୍ଷ ୬୦ ହଜାର ୩୮୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୬୧୬୪୫୪୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।