Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଞ୍ଜାମ ଦିଗପହଣ୍ଡିରେ ଅପରାଧୀର ଛୁରା ମାଡରେ ଅପରାଧୀ ମୃତ
  • ||
  • ବାଙ୍କୀରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡରେ ଜଣଙ୍କର ମୃତ୍ୟୁ
  • ||
  • କେନ୍ଦୁଝର ନୟାକୋଟରେ ସ୍ତ୍ରୀକୁ ଟାଙ୍ଗିଆରେ ହାଣିଲା ସ୍ବାମୀ
  • ||
  • ଗୁଜୁରାଟରେ ସ୍ତ୍ରୀକୁ ହତ୍ୟା ପରେ ଦୁଇ ସନ୍ତାନ ସହ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ଯୁବକ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୬୯୫ କରୋନା ସଂକ୍ରମିତ
  • ||
  • ଆସୁଛି ଆଉ ଏକ ଲଘୁଚାପ ! ନଭେମ୍ବର ପହିଲାରୁ ପୁଣି ବର୍ଷାର ସମ୍ଭାବନା
  • ||
  • ଆମେରିକୀୟ ନୌସେନା ବିମାନ ଦୁର୍ଘଟଣାଗ୍ରସ୍ତ, ଦୁଇ ପାଇଲଟଙ୍କ ମୃତ୍ୟୁ
  • ||
  • ଭୁଆସୁଣୀ ଛକରେ ସିରିଜ୍ ଦୁର୍ଘଟଣା, ୨ ଗୁରୁତର
  • ||

ଭୁବନେଶ୍ବରରୁ ଚିହ୍ନଟ ହେଲେ ଆଉ ୧୯ କରୋନା ସଂକ୍ରମିତ, ୧୮୪ ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା

20/06/2020 at 2:16 PM

ଭୁବନେଶ୍ବର ୨୦।୬: ରାଜଧାନୀରୁ ଆଉ ୧୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏ ନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ୧୯ ସଂକ୍ରମିତଙ୍କୁ ମିଶାଇ ଭୁବନେଶ୍ବରରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୮୪ରେ ପହଞ୍ଚିଛି । ଏଥିମଧ୍ୟରୁ ୮୬ ଜଣ ସୁସ୍ଥ ହୋଇଥିବା ବେଳେ ୩ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ୯୪ଟି ଆକ୍ଟିଭ୍ କେସ୍ ରହିଛି ।

ବିଏମସି ପକ୍ଷରୁ କରାଯାଇଥିବା ଟ୍ବିଟ୍ ରେ ଦର୍ଶାଯାଇଛି ଯେ, ୧୯ ସଂକ୍ରମିତଙ୍କ ମଧ୍ୟରୁ ୪ ଜଣ ହୋମ୍ କ୍ବାରେଣ୍ଟାଇନରେ ଥିବା ବେଳେ ୧୬ ଜଣ ସ୍ଥାନୀୟ ବାସିନ୍ଦା ସଂକ୍ରମିତ ହୋଇଛନ୍ତି । ହୋମ୍ କ୍ବାରେଣ୍ଟାଇନ୍ ରେ ଥିବା ୪ ଜଣ ରେଳ ବିଭାଗର କର୍ମଚାରୀ ହୋଇଥିବା ବେଳେ ସେମାନେ ଦିଲ୍ଲୀରୁ ଫେରିଥିଲେ । ସେହିଭଳି ୬ ଜଣ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲର କର୍ମଚାରୀ, ଅନ୍ୟ ଏକ ଘରୋଇ ହସ୍ପିଟାଲର ୨ ଜଣ କର୍ମଚାରୀ ଏବଂ ଏକ ସରକାରୀ ହସ୍ପିଟାଲର ଜଣେ କର୍ମଚାରୀ ସଂକ୍ରମିତ ହୋଇଛନ୍ତି । ଡୁମୁଡୁମା ସୁବାସନଗର ବସ୍ତି ଅଞ୍ଚଳରୁ ୫ ଜଣ, ଲକ୍ଷ୍ମୀନଗର ବସ୍ତି ଅଞ୍ଚଳକୁ ୯ ବର୍ଷର ନାବାଳକ ସଂକ୍ରମିତ ହୋଇଛନ୍ତି ।

   Related Posts