Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଘୋଷଣା ହେଲା ଜ୍ଞାନପୀଠ ପୁରସ୍କାର : ୨୦୨୧ ପାଇଁ ନୀଳମଣି ଫୁକନ, ୨୦୨୨ ପାଇଁ କୌଙ୍କଣୀ ସାହିତ୍ୟିକ ଦାମୋଦେର ମୌଜଙ୍କୁ ସମ୍ମାନ
  • ||

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୯୪୩ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସୁସ୍ଥ

21/07/2021 at 8:34 PM

ଭୁବନେଶ୍ବର ୨୧/୦୭ : ରାଜ୍ୟରେ ସୁସ୍ଥ ହେଲେ ଆଉ ୧୯୪୩ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୯ ଲକ୍ଷ ୩୬ ହଜାର ୯୫୦ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୩୫୬ ଜଣ ରହିଛନ୍ତି ।

ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୯୨୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୫୯୯୮୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୧୫ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୮୧୨ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ୧୯୬୮୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୩୫୦୦୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୫୨୭୮୩୯୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts