ରାଜ୍ୟରେ କରୋନା ନେଲା ଦୁଇ ମହିଳାଙ୍କ ଜୀବନ, ମୃତ୍ୟୁ ସଂଖ୍ୟା ୨୫କୁ ବୃଦ୍ଧି

Published By : Prameya-News7 Bureau | June 30, 2020 IST

ଭୁବନେଶ୍ବର ୩୦।୬: ରାଜ୍ୟରେ କରୋନା ନେଲା ଆଉ ୨ ଜଣଙ୍କ ଜୀବନ । ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ ୨୫ ଜଣଙ୍କ ଜୀବନ ଗଲାଣି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି । ତେବେ ମୃତକ ୨ ଜଣ ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡିଛି । ଗଞ୍ଜାମ ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି । କଟକ ଜିଲ୍ଲାରେ ୪, ଖୋର୍ଦ୍ଧା ଜିଲ୍ଲାରେ ୫, ପୁରୀ ଜିଲ୍ଲାରୁ ଜଣେ, ବରଗଡ ଜିଲ୍ଲାରୁ ଜଣେ ସଂକ୍ରମିତଙ୍କ ମୃତ୍ୟୁ ହୋଇସାରିଛି ।

ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁଯାୟୀ ୨ ମୃତକ ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡିଛି । ସେମାନଙ୍କ ବୟସ ଯଥାକ୍ରମେ ୪୮ ବର୍ଷ ଓ ୩୯ ବର୍ଷ ବୋଲି ସୂଚନାରହିଛି । ଦୁଇ ମୃତକ ମହିଳା ବୋଲି ଜଣାପଡିଛି । ଉଭୟଙ୍କର ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ହୋଇଛି । ଉଭୟ କ୍ରୋନିକ୍ କିଡନୀ ରୋଗରେ ପୀଡିତ ଥିଲେ ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୦୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୦୮୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୯୪୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୨୫ ଜଣଙ୍କର ମୃତ୍ୟୁ କରୋନା ଜନିତ ହୋଇଥିବା ବେଳେ ୭ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.