Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • LICର ଏମ୍‌ଡି ହେଲେ ଓଡ଼ିଆ ପୁଅ ସିଦ୍ଧାର୍ଥ ମହାନ୍ତି, ଫେବୃଆରୀ ୧ରୁ ସମ୍ଭାଳିବେ ଦାୟିତ୍ବ
  • ||
  • ଜାନୁଆରୀ ୨୭, ସକାଳେ ଜେଲ୍‌ରୁ ମୁକୁଳିପାରନ୍ତି ଭି.କେ. ଶଶିକଳା
  • ||
  • ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ଖୋଲିଵାକୁ ସରକାରଙ୍କ ନିଷ୍ପତ୍ତି
  • ||
  • କଟକ:କାଲିଠାରୁ ଖୋଲିଵ ନେତାଜୀ ସଂଗ୍ରହାଳୟ
  • ||
  • ରାଇରଙ୍ଗପୁର: ଗୋରୁମହିଷାଣି ପୋଲିସର ସଡକ ସୁରକ୍ଷା ସଚେତନ କାର୍ଯ୍ୟକ୍ରମ, ସାମିଲ ଥିଲେ ସ୍ଥାନୀୟ ଲୋକେ
  • ||
  • ବଲାଙ୍ଗୀର: ପୁଣି ରକ୍ତ ରଞ୍ଜିତ ହେଲା ଶୁଲିଆ ପୀଠ, ଗଡିଲା ଶହ ଶହ ପଶୁ-ପକ୍ଷୀଙ୍କ ମୁଣ୍ଡ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ୨ୟ ପର୍ଯ୍ୟାୟ କୋଭିଡ ଟିକା: ସ୍ପାଇସ୍ ଜେଟ୍‌ରେ ଆସିଲା ଟିକା
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଭାରତର ଐତିହାସିକ ବିଜୟ, ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ମାଲକାନଗିରି : ସୀମାନ୍ତରେ ଏନ୍‌କାଉଣ୍ଟର, ୧୦ରୁ ଅଧିକ ମାଓ କ୍ୟାମ୍ପ ଧ୍ୱଂସ
  • ||
  • ସମ୍ବଲପୁର : ଫୋକସ୍‌ରେ ପଶ୍ଚିମ ଓଡିଶା, ମା’ ସମଲେଶ୍ବରୀଙ୍କ ମନ୍ଦିର ବୁଲି ସମୀକ୍ଷା କଲେ 5-T ସଚିବ
  • ||

ରାଜ୍ୟରେ କରୋନା ନେଲା ଆଉ ଦୁଇ ଜଣଙ୍କ ଜୀବନ, ମୃତ୍ୟୁ ସଂଖ୍ୟା ୨୯କୁ ବୃଦ୍ଧି

3/07/2020 at 11:03 AM

ଭୁବନେଶ୍ବର ୩।୭: ରାଜ୍ୟରେ କରୋନା ନେଲା ଆଉ ୨ ଜଣଙ୍କ ଜୀବନ । ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ ୨୯ ଜଣଙ୍କ ଜୀବନ ଗଲାଣି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି । ତେବେ ମୃତକ ୨ ଜଣ ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡିଛି । ଗଞ୍ଜାମ ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି ପାଇଛି । କଟକ ଜିଲ୍ଲାରେ ୪, ଖୋର୍ଦ୍ଧା ଜିଲ୍ଲାରେ ୫, ପୁରୀ ଜିଲ୍ଲାରୁ ଜଣେ, ବରଗଡ ଜିଲ୍ଲାରୁ ଜଣେ, ଅନୁଗୋଳ ଜିଲ୍ଲାରୁ ଜଣେ ସଂକ୍ରମିତଙ୍କ ମୃତ୍ୟୁ ହୋଇସାରିଛି ।

ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁଯାୟୀ ୨ ମୃତକ ଗଞ୍ଜାମ ଜିଲ୍ଲାର । ଗଞ୍ଜାମ ଜିଲ୍ଲାର ଜଣେ ୬୬ ବର୍ଷ ବୟସ୍କ ପୁରୁଷ ରହିଛନ୍ତି । ସେ ଉଚ୍ଚ ରକ୍ତଚାପର ରୋଗରେ ପୀଡିତ ଥିଲେ । ଅନ୍ୟ ଜଣେ ୪୦ ବର୍ଷ ବୟସ୍କ ପୁରୁଷ । ସେ ମଧ୍ୟ ମଧୁମେହ ରୋଗରେ ପୀଡିତ ଥିଲେ ।

ବର୍ତ୍ତମାନ ସୁଦ୍ଧା ଗଞ୍ଜାମ ଜିଲ୍ଲାରେ ମୋଟ୍ ୧୮୫୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭୪୨ଟି ଆକ୍ଟିଭ୍‌ କେସ୍‌ ରହିଛି । ସେହିପରି ୧୦୯୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୧୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୫୬୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫୫୦୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୨୯ ଜଣଙ୍କର ମୃତ୍ୟୁ କରୋନା ଜନିତ ହୋଇଥିବା ବେଳେ ୮ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

   Related Posts