ଗୋଟିଏ ଦିନରେ କରୋନା ନେଲା ୨ଜଣଙ୍କ ଜୀବନ, ରାଜ୍ୟରେ ମୃତ୍ୟୁ ସଂଖ୍ୟା ୨୩କୁ ବୃଦ୍ଧି

Published By : Prameya-News7 Bureau | June 29, 2020 IST

ଭୁବନେଶ୍ବର ୨୯।୦୬: ରାଜ୍ୟରେ କରୋନା ନେଲା ଆଉ ୨ ଜଣଙ୍କ ଜୀବନ । ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ ୨୩ ଜଣଙ୍କ ଜୀବନ ଗଲାଣି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି । ତେବେ ମୃତକ ୨ ଜଣଙ୍କ ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡିଛି । ଗଞ୍ଜାମ ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ପାଇଥିବା ବେଳେ କଟକ ଜିଲ୍ଲାରେ ୪ ଏବଂ ଖୋର୍ଦ୍ଧା ଜିଲ୍ଲାରେ ୫କୁ ବୃଦ୍ଧି ପାଇଛି । ସେହିଭଳି ପୁରୀ ଜିଲ୍ଲାରୁ ଜଣେ, ବରଗଡ ଜିଲ୍ଲାରୁ ଜଣେ ସଂକ୍ରମିତଙ୍କ ମୃତ୍ୟୁ ହୋଇସାରିଛି ।

wp:html /wp:html

ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁଯାୟୀ ୨ ମୃତକ ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡିଛି । ସେମାନଙ୍କ ବୟସ ଯଥାକ୍ରମେ ୪୮ ବର୍ଷ ଓ ୫୨ ବର୍ଷ ବୋଲି ସୂଚନାରହିଛି । ମୃତକଙ୍କ ମଧ୍ୟରୁ ଜଣେ ପୁରୁଷ (୪୮) ଓ ଜଣେ ମହିଳା (୫୨)ବୋଲି ଜଣାପଡିଛି । କୋଭିଡ୍-୧୯ ପଜିଟିଭ୍ ଚିହ୍ନଟ ହେବା ପରେ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି ।

{"id":293204,"sizeSlug":"large"}

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୮୫୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୦୮୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୭୪୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୨୩ ଜଣଙ୍କର ମୃତ୍ୟୁ କରୋନା ଜନିତ ହୋଇଥିବା ବେଳେ ୭ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

{"id":293205,"sizeSlug":"large"}

ଆହୁରି ପଢନ୍ତୁ : ରାଜ୍ୟରେ ଆଉ ୨୪୫ କରୋନା ଆକ୍ରାନ୍ତ ଚିହ୍ନଟ, ୬୮୫୯ରେ ପହଞ୍ଚିଲା ମୋଟ୍ ସଂକ୍ରମିତଙ୍କ ସଂଖ୍ୟା

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.