Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାରିପଦା : ଦିନ ଦ୍ବିପ୍ରହରରେ ଲୁଟ୍, ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ
  • ||
  • ବାରିପଦା : ୪୦ ଲକ୍ଷ ଟଙ୍କାର ଧଳା ଜହର ଜବତ, ଜଣେ ଗିରଫ
  • ||
  • ଖୋର୍ଦ୍ଧା : ଅଟୋ ଓ କାର୍ ମୁହାଁମୁହିଁ ଧକ୍କା, ୮ ଆହତ
  • ||
  • ଝାରସୁଗୁଡା : ଜାଲ୍ ନୋଟ୍ କାରବାରର ପର୍ଦ୍ଦାଫାଶ, ୫୭ହଜାର ଟଙ୍କାର ନକଲି ନୋଟ୍ ଜବତ, ରେଳବାଇ କର୍ମଚାରୀ ଗିରଫ
  • ||
  • ପୁରୀ : ମହାପ୍ରଭୁଙ୍କ ଦର୍ଶନ ପାଇଁ ବ୍ୟାରିକେଡ଼ରେ କରିଥିଲେ ଅପେକ୍ଷା, ହଠାତ୍ ଅସୁସ୍ଥ ହୋଇପଡିଲେ ଭକ୍ତ
  • ||
  • ଅନୁଗୋଳ : ଅନନ୍ତ କୋଇଲା ଖଣିରେ ଅଘଟଣ, କୋଇଲା ଲୋଡିଂ ବେଳେ ପୋତିହୋଇଗଲେ ଜଣେ
  • ||
  • ବ୍ରହ୍ମପୁର : ଭିଜିଲାନ୍ସ ପଞ୍ଝାରେ ଆରଆଇ, ଜମି ନିର୍ଦ୍ଧାରଣ ପାଇଁ ୫ ହଜାର ଟଙ୍କା ନେବାବେଳେ ଧରାପଡିଲେ
  • ||
  • ଭୁବନେଶ୍ବର : ଦିନରେ ରଙ୍ଗମିସ୍ତ୍ରୀ, ରାତିରେ ଚୋରୀ, ୫ ବର୍ଷ ଧରି ଖୋଜୁଥିଲା ପୋଲିସ, ଶେଷରେ ଧରାପଡିଲା
  • ||
  • କଟକ : ରମଜାନ ପାଇଁ ସିଏମସିର ଗାଇଡ୍‌ଲାଇନ୍, ନମାଜ ପାଠ ପାଇଁ ୧୦୦ ଲୋକଙ୍କୁ ଅନୁମତି
  • ||
  • ଜଳେଶ୍ବର : ନଦୀ ପଠାରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଠାବ, ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ ବାପଘର
  • ||

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୧୫ କରୋନା ଆକ୍ରାନ୍ତ, ଚିନ୍ତା ବଢାଉଛି ସଂକ୍ରମଣ ବୃଦ୍ଧି

5/04/2021 at 5:45 PM

ଭୁବନେଶ୍ବର ୦୫/୦୪ : ରାଜ୍ୟରେ କରୋନାରୁ ସୁସ୍ଥ ହୋଇଛନ୍ତି ଆଉ ୨୧୫ ଜଣ ସଂକ୍ରମିତ । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଏହାକୁ ମିଶାଇ ରାଜ୍ୟରେ ଏଯାଏଁ ମୋଟ ୩ ଲକ୍ଷ ୩୮ ହଜାର ୧୫୦ ଜଣ ସୁସ୍ଥ ହୋଇସାରିଲେଣି ।

ସୋମବାର ସୁସ୍ଥ ହୋଇଥିବା ୨୧୫ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୪୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡରୁ ୧୨, ନୂଆପଡା ୨୦, କଟକ ୨୦, ବଲାଙ୍ଗିର ୯, ବରଗଡ ୮, ବାଲେଶ୍ବର ୬, ଢେଙ୍କାନାଳ ୨ ସମ୍ବଲପୁରରୁ ୧୧, ଗଞ୍ଜାମ ୬, ଅନୁଗୁଳ ୩, ମୟୂରଭଞ୍ଜ ୧୦, ପୁରୀରୁ ୫, ଯାଜପୁର ୫, କଳାହାଣ୍ଡି ୧୨, କୋରାପୁଟ ୨, ଜଗତସିଂପୁର ୪, କେନ୍ଦ୍ରାପଡା ୨, ରାୟଗଡା ୧ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି । ସେହିପରି ଷ୍ଟେଟ୍‌ ପୋଲରୁ ୧୨ ଜଣ ସୁସ୍ଥ ହୋଇଛନ୍ତି ।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ୫୭୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୩୨୬୮ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୩୭ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୩୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୩୨୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୩୫୮ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୭୯୩୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୧୫୯୯୨୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts