Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||
  • ସୁବର୍ଣ୍ଣପୁର : ମା’ ସୁରେଶ୍ଵରୀ ମନ୍ଦିରରୁ ଚୋରି ଘଟଣା : କାର୍ଯ୍ୟରେ ଅବହେଳା ପାଇଁ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଖଲ୍ଲିକୋଟ : ଜମିଜମା ବିବାଦକୁ କେନ୍ଦ୍ରକରି ଗାଁରୁ ବାସନ୍ଦ, ନ୍ୟାୟ ଦାବିରେ ଜିଲ୍ଲାପାଳ ଅଫିସ୍ ସମ୍ମୁଖରେ ଆମରଣ ଅନଶନରେ ବସିଲେ ବୃଦ୍ଧ ଦମ୍ପତ୍ତି
  • ||
  • ଭୁବନେଶ୍ବର : ଦରଦାମ୍ ବୃଦ୍ଧି ପ୍ରତିବାଦ ସହ ବିଭିନ୍ନ ପ୍ରସଙ୍ଗକୁ ନେଇ ରାଜଭବନ ସମ୍ମୁଖରେ ବିଜେଡିର ଧାରଣା
  • ||
  • ଭୁବନେଶ୍ବର : ବିଧାନସଭା ଶୀତକାଳୀନ ଅଧିବେଶନ : ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ଧର୍ମଗଡ : ଝୁଲନ୍ତା ଅବସ୍ଥାରେ ମିଳିଲା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୬୭ ମୃତ
  • ||

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୨୪୮ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୪୫୦ ଡିସଚାର୍ଜ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସୁସ୍ଥ

19/07/2021 at 8:38 PM

ଭୁବନେଶ୍ବର ୧୯/୦୭ : ରାଜ୍ୟରେ ସୁସ୍ଥ ହେଲେ ଆଉ ୨୨୪୮ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୯ ଲକ୍ଷ ୩୨ ହଜାର ୬୬୬ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୪୫୦ ଜଣ ରହିଛନ୍ତି ।

ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୬୪୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୫୫୯୭୪ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୫୫ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୬୯୩ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ୨୦୩୮୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୩୨ ହଜାର ୬୬୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୫୧୩୫୮୬୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts