ରାଜ୍ୟରେ ସୁସ୍ଥ ହେଲେ ଆଉ ୨୨୮ କରୋନା ଆକ୍ରାନ୍ତ, ଚିନ୍ତା ବଢାଉଛି ସଂକ୍ରମଣ ବୃଦ୍ଧି

Published By : Prameya-News7 Bureau | April 08, 2021 IST

ଭୁବନେଶ୍ବର ୦୮/୦୪ : ରାଜ୍ୟରେ କରୋନାରୁ ସୁସ୍ଥ ହୋଇଛନ୍ତି ଆଉ ୨୨୮ ଜଣ ସଂକ୍ରମିତ । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଏହାକୁ ମିଶାଇ ରାଜ୍ୟରେ ଏଯାଏଁ ମୋଟ ୩ ଲକ୍ଷ ୩୮ ହଜାର ୮୯୦ ଜଣ ସୁସ୍ଥ ହୋଇସାରିଲେଣି ।

ଗୁରୁବାର ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ନୂଆପଡାରୁ ସର୍ବାଧିକ ୪୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିଭଳି ବରଗଡରୁ ୩୪, ଖୋର୍ଦ୍ଧା ଓ ସୁନ୍ଦରଗଡ ୨୬, କଳାହାଣ୍ଡି ୨୨, କଟକ ୧୬, ଅନୁଗୁଳ ୯, ଗଞ୍ଜାମ ଓ ମୟୂରଭଞ୍ଜ ୭, ବାଲେଶ୍ବର ୬, ବଲାଙ୍ଗିର ଓ ଯାଜପୁର ୫, ଢେଙ୍କାନାଳ, କେନ୍ଦୁଝର, ନବରଙ୍ଗପୁର, ରାୟଗଡାରୁ ୩, ଝାରସୁଗୁଡା, ନୟାଗଡ, ପୁରୀ ୨, ଜଗତସିଂପୁର ଜଣେ ଏବଂ ଷ୍ଟେଟ୍‌ ପୋଲରୁ ୬ ଜଣ ସୁସ୍ଥ ହୋଇଛନ୍ତି ।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ୮୭୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୫୫୨୬ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୧୮ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୬୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୫୫୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୮୮୮ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୮୬୬୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୨୭୫୬୩୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.