Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜଗତସିଂହପୁରରେ ଲାଗି ରହିଛି ବର୍ଷା, ବାତ୍ୟା ମୁକାବିଲା ପାଇଁ ସଜାଗ ପ୍ରଶାସନ
  • ||
  • ଜଓ୍ୱାଦ ପ୍ରଭାବ : ମାଡି ଆସିବ ସମୁଦ୍ର, ଉଠିବ ବଡ ଜୁଆର
  • ||

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୬୦୫ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ

14/07/2021 at 8:09 PM

ଭୁବନେଶ୍ବର୧୪/୦୭ : ରାଜ୍ୟରେ ସୁସ୍ଥ ହେଲେ ଆଉ ୨୬୦୫ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୯ ଲକ୍ଷ ୨୦ ହଜାର ୬୪୬ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୪୬୮ ଜଣ ରହିଛନ୍ତି ।

ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୦୭୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୪୫୭୪୯ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୯୨ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୮୮୨ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ୨୨୮୬୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୨୦ ହଜାର ୬୪୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୪୭୭୨୯୩୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts