ରାଜ୍ୟରେ ସୁସ୍ଥ ହେଲେ ଆଉ ୨୯୩୭ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ

Published By : Prameya-News7 Bureau | July 12, 2021 IST

ଭୁବନେଶ୍ବର୧୨/୦୭ : ରାଜ୍ୟରେ ସୁସ୍ଥ ହେଲେ ଆଉ ୨୯୩୭ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୯ ଲକ୍ଷ ୧୫ ହଜାର ୪୦୦ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୫୫୨ ଜଣ ରହିଛନ୍ତି ।

wp:embed {"url":"https://twitter.com/HFWOdisha/status/1414563185651191813","type":"rich","providerNameSlug":"twitter","responsive":true,"className":""}
https://twitter.com/HFWOdisha/status/1414563185651191813
/wp:embed wp:embed {"url":"https://twitter.com/HFWOdisha/status/1414563191388995586","type":"rich","providerNameSlug":"twitter","responsive":true,"className":""}
https://twitter.com/HFWOdisha/status/1414563191388995586
/wp:embed

ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୯୯୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୪୧୭୪୫ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୫୪ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୮୩୯ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ୨୪୫୬୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୧୫ ହଜାର ୪୦୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୪୬୪୧୨୪୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.