Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କନ୍ଧମାଳ : କନ୍ଧମାଳରେ ଅପରେସନ ଗ୍ରୀନ କ୍ଲିନ୍ , ପୁଣି ୧୯ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ସୁଶିଲ ମୋଦି ରାଜ୍ୟସଭା ପ୍ରାର୍ଥୀ, ରାମବିଳାସ ପାଶଓ୍ବାନଙ୍କ ସ୍ଥାନରେ ଟିକେଟ୍‌ ଦେଲା ବିଜେପି
  • ||
  • ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌, କରୋନା ଗାଇଡ୍‌ଲାଇନ୍‌ ସହ ଏସ୍‌ଓପି ପାଳନ ବାଧ୍ୟତାମୂଳକ
  • ||
  • ବାଜିରାଉତ ବ୍ରିଜ୍‌ ଉପରେ ବସ୍‌ ଉପରକୁ ଗୁଳିମାଡ଼, ଦୁଇ ଯୁବକ ଏବଂ ଜଣେ ଯୁବତୀ ଫେରାର
  • ||
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||

ଗୋଟିଏ ଦିନରେ କରୋନା ନେଲା ୩ ଜଣଙ୍କ ଜୀବନ, ରାଜ୍ୟରେ ମୃତ୍ୟୁ ସଂଖ୍ୟା ୨୧କୁ ବୃଦ୍ଧି

28/06/2020 at 11:10 AM

ଭୁବନେଶ୍ବର ୨୮।୬: ରାଜ୍ୟରେ କରୋନା ନେଲା ଆଉ ୩ ଜଣଙ୍କ ଜୀବନ । ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ ୨୧ ଜଣଙ୍କ ଜୀବନ ଗଲାଣି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି । ତେବେ ମୃତକ ୩ ଜଣ ଯଥାକ୍ରମେ ଗଞ୍ଜାମ, କଟକ ଏବଂ ଖୋର୍ଦ୍ଧା ଜିଲ୍ଲାର ବୋଲି ଜଣାପଡିଛି । ଗଞ୍ଜାମ ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି ପାଇଥିବା ବେଳେ କଟକ ଜିଲ୍ଲାରେ ୪ ଏବଂ ଖୋର୍ଦ୍ଧା ଜିଲ୍ଲାରେ ୫କୁ ବୃଦ୍ଧି ପାଇଛି । ସେହିଭଳି ପୁରୀ ଜିଲ୍ଲାରୁ ଜଣେ, ବରଗଡ ଜିଲ୍ଲାରୁ ଜଣେ ସଂକ୍ରମିତଙ୍କ ମୃତ୍ୟୁ ହୋଇସାରିଛି ।

ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁଯାୟୀ ଗଞ୍ଜାମ ଜିଲ୍ଲାର ୭୫ ବର୍ଷ ବୟସ୍କ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି । ତାଙ୍କର କୋଭିଡ୍-୧୯ ପଜିଟିଭ୍ ଚିହ୍ନଟ ହେବା ପରେ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ସେ ମଧୁମେହ ଏବଂ ଉଚ୍ଚ ରକ୍ତଚାପ ରୋଗର ପୀଡିତ ଥିଲେ । ସେହିଭଳି କଟକ ଜିଲ୍ଲାର ୬୫ ବର୍ଷ ବୟସ୍କ ବ୍ୟକ୍ତିଙ୍କ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ହୋଇଛି । ସେ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ କ୍ରୋନିକ୍ କିଡନୀ ରୋଗରେ ପୀଡିତ ଥିଲେ । ସେହିପରି ଭୁବନେଶ୍ବରର ୭୩ ବର୍ଷ ବୟସ୍କ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି । ସେ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ କ୍ରୋନିକ୍ କିଡନୀ ରୋଗରେ ପୀଡିତ ଥିଲେ ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୬୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୯୮୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୬୦୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୨୧ ଜଣଙ୍କର ମୃତ୍ୟୁ କରୋନା ଜନିତ ହୋଇଥିବା ବେଳେ ୭ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

   Related Posts