Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅଟୋକୁ ଧକ୍କା ଦେଲା କାର୍, ଜଣେ ମୃତ, ୪ ଗୁରୁତର
  • ||
  • ବାଇକ୍ ସହ ଧକ୍କା ହୋଇ ରାସ୍ତା କଡକୁ ଖସିଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ସେନେଗଲ୍‌ ଉପକୂଳ ସମୁଦ୍ରରେ ବୁଡ଼ିଗଲା ଶରଣାର୍ଥୀଙ୍କ ଡଙ୍ଗା: ୧୪୦ ଜଣଙ୍କ ମୃତ୍ୟୁ, ବଞ୍ଚିଗଲେ ୬୦
  • ||
  • ରାଜଧାନୀରୁ ଆଉ ୮୭ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୨୩୭
  • ||
  • ପୂର୍ବ ଗୋଦାବରୀରେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୬ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ୩୧ରେ ଆଉ ଏକ ଲଘୁଚାପ ! ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା
  • ||
  • ରାଉରକେଲା : ସ୍କର୍ପିଓ ଜାଳିଦେଲେ ଦୁର୍ବୃତ୍ତ, ଗାଡିରେ ଥିବା ୩ ଜଣଙ୍କୁ ନିସ୍ତୁକ ମାଡ
  • ||
  • ପରାଜୟ ଧାରା ଭାଙ୍ଗିଲା ଚେନ୍ନାଇ, ୬ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ହାବିଲଦାର କରୋନା ସଂକ୍ରମିତ, ମୋଟୁ ଥାନା ହେଲା କଣ୍ଟେନମେଣ୍ଟ ଜୋନ୍ : ମାଲକାନଗିରିରେ ଆଉ ଦୁଇ କୋଭିଡ୍ ପଜିଟିଭ୍

12/06/2020 at 1:55 PM

ମାଲକାନଗିରି ୧୨।୬: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ ମାଲକାନଗିରି ଜିଲ୍ଲାରୁ ଆଉ ୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ୩ ସଂକ୍ରମିତଙ୍କୁ ମିଶାଇ ମାଲକାନଗିରିରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୫ରେ ପହଞ୍ଚିଛି । ଏଥିମଧ୍ୟରୁ ୨୧ ଜଣ ସୁସ୍ଥ ହୋଇଥିବା ବେଳେ ୪ଟି ଆକ୍ଟିଭ୍ କେସ୍ ରହିଛି ।

୩ ସଂକ୍ରମିତଙ୍କ ମଧ୍ୟରେ ମୋଟୁ ଥାନାର ଜଣେ ହାବିଲଦାର ରହିଛନ୍ତି । ହାବିଲଦାର ଜଣଙ୍କ ମୋଟୁ ସ୍ଥିତ ବର୍ଡର ଚେକ୍‌ ପୋଷ୍ଟରେ କାର୍ଯ୍ୟରତ ଥିଲେ । ତାଙ୍କୁ ମାଲକାନଗିରି ଜିଲ୍ଲା କୋଭିଡ୍ ମେଡିକାଲରେ ଭର୍ତ୍ତି କରାଯାଇଛି । ହାବିଲଦାର ଜଣଙ୍କ ସଂକ୍ରମିତ ଚିହ୍ନଟ ହେବା ପରେ ମୋଟୁ ଥାନାର ଆଇଆଇସିଙ୍କ ସମେତ ସମସ୍ତ କର୍ମଚାରୀଙ୍କୁ କ୍ବାରାଣ୍ଟାଇନ୍‌ରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହାସହ ମୋଟୁ ଥାନାକୁ କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା କରାଯାଇଛି । ହାବିଲଦାରଙ୍କ ସଂସ୍ପର୍ଶରେ କିଏ କିଏ ଆସିଛନ୍ତି ତାର କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି ।

ଅନ୍ୟ ଦୁଇ ଜଣ କୋରୁକୋଣ୍ଡା ବ୍ଲକ୍ ର ସମାନ ଟିଏମସିରୁ ଚିହ୍ନଟ ହୋଇଛନ୍ତି । ଜଣେ ତାମିଲନାଡୁରୁ ଫେରି ଟିଏମସିରେ ରହିଥିବା ବେଳେ ଅନ୍ୟ ଜଣେ ସମାନ ଟିଏମସିରେ ଆଟେଣ୍ଡାଣ୍ଟ ଭାବେ କାର୍ଯ୍ୟରତ ଥିଲେ । ସମସ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୧୩୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୩୫୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୦ ଜଣଙ୍କର ମୃତ୍ୟୁ କରୋନାଜନିତ ହୋଇଥିବା ବେଳେ ୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

   Related Posts