Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ୧୮ ଜଣିଆ ଭାରତୀୟ ଦଳ ଘୋଷିତ, ଜାଣନ୍ତୁ କେଉଁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ
  • ||
  • ରୋହିତ ଶର୍ମା ହେଲେ ଟିମ ଇଣ୍ଡିଆର ନୂତନ ଦିନିକିଆ ଅଧିନାୟକ, ବିରାଟଙ୍କୁ କେବଳ ଟେଷ୍ଟ ଦାୟିତ୍ଵ
  • ||
  • ଭୁବନେଶ୍ବର : ଗତ ଦୁଇ ବର୍ଷରେ ମାପ ଓ ଓଜନ ନିୟମ ଉଲଂଘନକାରୀଙ୍କଠୁ ଆଦାୟ ହୋଇଛି ୨ କୋଟି ୮୩ ଲକ୍ଷ ଟଙ୍କା : ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ
  • ||
  • ଭୁବନେଶ୍ବର : ଡିସେମ୍ବର ୯ରେ ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା : ଇରାଶିଷ୍ ଆଚାର୍ଯ୍ୟ
  • ||
  • ଭୁବନେଶ୍ବର : ଡ୍ରଗ୍ସ ମାଫିଆ ଶେଖ୍ ଆଜବାହାର ବାଲେଶ୍ଵର କୋର୍ଟରେ ହାଜର, ରାଜ୍ୟ ବାହାରେ ସମ୍ପତ୍ତି ଥିବା ନେଇ ମିଳିଛି ପ୍ରମାଣ
  • ||
  • ଅନୁଗୋଳ : ଆଖୁ ଖାଇବାକୁ ଆସି କୂଅରେ ଖସିପଡିଲା ଭାଲୁ, ବନ ବିଭାଗ କଲା ଉଦ୍ଧାର
  • ||
  • ଭୁବନେଶ୍ବର : କ୍ରାଇମବ୍ରାଞ୍ଚ ଏସଟିଏଫ୍‌ ଟାର୍ଗେଟ୍‌ରେ ବନ୍ୟପ୍ରାଣୀ ମାଫିଆ, ପ୍ରସ୍ତୁତ ହେଲା ମୋଷ୍ଟ ୱାଣ୍ଟେଡ ତାଲିକା
  • ||
  • ଚେନ୍ନାଇ : ତାମିଲନାଡୁ କୁନ୍ନୁରରେ ସିଡିଏସ୍ ବିପିନ ରାଓ୍ବତଙ୍କ ହେଲିକପ୍ଟର କ୍ରାସ୍
  • ||
  • ଭୁବନେଶ୍ବର : କୃଷି ଋଣ ଛାଡ ସହ ଫସଲ କ୍ଷୟକ୍ଷତି ଲାଗି ସ୍ବତନ୍ତ୍ର ପ୍ୟାକେଜ ଦାବି କଲା କଂଗ୍ରେସ
  • ||
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||

ରାଜ୍ୟରେ ସୁସ୍ଥ ହେଲେ ୩୦ କରୋନା ସଂକ୍ରମିତ, ଗଞ୍ଜାମ ଜିଲ୍ଲାରୁ ରହିଛନ୍ତି ସର୍ବାଧିକ

17/05/2020 at 7:05 AM

ଭୁବନେଶ୍ବର ୧୭।୫: ରାଜ୍ୟ ପାଇଁ ଖୁସି ଖବର । ଆଉ ୩୦ ଜଣ କରୋନା ପଜିଟିଭ୍ ସୁସ୍ଥ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ୍ ୧୯୬ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ତେବେ ସୁସ୍ଥ ହୋଇଥିବା ୩୦ ଜଣଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ୨୮ ଜଣ, ବାଲେଶ୍ବର ଜିଲ୍ଲାରୁ ଜଣେ ଏବଂ କଟକ ଜିଲ୍ଲାରୁ ଜଣେ ରହିଛନ୍ତି । ସମସ୍ତେ ଶନିବାର ଦିନ ହସ୍ପିଟାଲରୁ ଡିସଚାର୍ଜ ହୋଇ ଘରକୁ ଫେରିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୩୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ୧୯୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

   Related Posts