Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

ରାଜ୍ୟରେ ସୁସ୍ଥ ହେଲେ ଆଉ ୩୧୨୦ କରୋନା ଆକ୍ରାନ୍ତ, କଟକରୁ ସର୍ବାଧିକ ଡିସଚାର୍ଜ

10/07/2021 at 7:14 PM

ଭୁବନେଶ୍ବର ୧୦/୦୭ : ରାଜ୍ୟରେ ସୁସ୍ଥ ହେଲେ ଆଉ ୩୧୨୦ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୯ ଲକ୍ଷ ୯ ହଜାର ୬୩୯ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କଟକରୁ ସର୍ବାଧିକ ୫୯୫ ଜଣ ରହିଛନ୍ତି ।

ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୩୩୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୩୭୪୭୦ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୪୨ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୯୯୨ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ୨୬୩୬୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୯ ହଜାର ୬୩୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୪୪୯୦୦୨୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts