ରାଜଧାନୀରୁ ଚିହ୍ନଟ ହେଲେ ଆଉ ୩୧୪ କରୋନା ସଂକ୍ରମିତ, ସୁସ୍ଥ ହେଲେ ୩୫୪

Published By : Prameya-News7 Bureau | October 07, 2020 IST

ଭୁବନେଶ୍ୱର ୭।୧୦: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୧୪  ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୪୨୨୮ରେ ପହଞ୍ଚିଛି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୮୪ ଜଣ ରହିଥିବା ବେଳେ ୨୩୦ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୩୫୪ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୪୨୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୫୩୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୦୫୭୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୦୫ ଜଣଙ୍କର ମୃତ୍ୟୁ ହୋଇଛି ।  

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୪୦୯୯୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୯୭୭୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୧୦୨୧୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୯୫୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୩୫୬୯୬୦୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.