ଭୁବନେଶ୍ବର ୦୩/ ୦୭ : ରାଜ୍ୟରେ ସୁସ୍ଥ ହେଲେ ଆଉ ୩୧୫୮ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୮ ଲକ୍ଷ ୮୭ ହଜାର ୪୨୦ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୫୧୧ ଜଣ ରହିଛନ୍ତି ।
wp:embed {"url":"https://twitter.com/HFWOdisha/status/1411326253966061570","type":"rich","providerNameSlug":"twitter","responsive":true,"className":""} /wp:embed wp:embed {"url":"https://twitter.com/HFWOdisha/status/1411326259976540168","type":"rich","providerNameSlug":"twitter","responsive":true,"className":""} /wp:embedପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୯୧୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୧୯୦୨୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬୭୭ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୧୨୪୦ ଜଣ ଲୋକାଲ୍ କେସ୍ ରହିଛନ୍ତି । ୩୦୫୫୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୮ ଲକ୍ଷ ୮୭ ହଜାର ୪୨୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୩୯୭୯୬୪୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।