Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ରାଜ୍ୟରେ ଦିନକରେ ସୁସ୍ଥ ହେଲେ ୩୨୬୫ କରୋନା ଆକ୍ରାନ୍ତ , କଟକରୁ ସର୍ବାଧିକ ୪୬୭ ଡିସଚାର୍ଜ

2/07/2021 at 8:39 PM

ଭୁବନେଶ୍ବର୦୨/ ୦୭ : ରାଜ୍ୟରେ ସୁସ୍ଥ ହେଲେ ଆଉ ୩୨୬୫ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୮ ଲକ୍ଷ ୮୪ ହଜାର ୨୬୨ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କଟକରୁ ସର୍ବାଧିକ ୪୬୭ ଜଣ ରହିଛନ୍ତି ।

ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୨୨୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୧୬୧୦୯ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୩୮ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୩୮୪ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ୩୦୯୫୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮ ଲକ୍ଷ ୮୪ ହଜାର ୨୬୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୩୯୦୮୦୯୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts