ରାଜ୍ୟରେ କରୋନା ନେଲା ଆଉ ୩୩ ଜଣଙ୍କ ଜୀବନ, ୨୭୧୯ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

Published By : Prameya-News7 Bureau | May 30, 2021 IST

ଭୁବନେଶ୍ବର ୩୦।୫: ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ପୁଣି ସଂଖ୍ୟା ଧିରେ ଧିରେ ବଢିବାରେ ଲାଗିଛି । ସେହିଭଳି କରୋନାଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଗତ ୨୪ ଘଣ୍ଟା ମଧ୍ୟରେ ୯୫୪୧ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୭୧୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

{"id":458873,"sizeSlug":"large","linkDestination":"none"}

ମୃତକଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୫ ଜଣ, ବୌଦ୍ଧ, ନବରଙ୍ଗପୁର, କଳାହାଣ୍ଡି ଓ ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ଲେଖାଏଁ, କଟକ, ଦେବଗଡ, ଗଜପତି, କନ୍ଧମାଳ, କେନ୍ଦୁଝର ଓ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଲେଖାଏଁ, ଗଞ୍ଜାମ, କୋରାପୁଟ, ମାଲକାନଗିରି, ରାୟଗଡା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୫୬୬୮୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୫୨୬୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬୫୮୬୪୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୭୧୯କୁ ବୃଦ୍ଧି ପାଇଥିବା ବେଳେ ୫୩ଜଣଙ୍କର ଅଣ କୋଭିଡ଼ ଯୋଗୁଁ ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୧୭୧୧୪୫୯ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.